ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ

ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ

ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ । ଶ୍ରୀମନ୍ଦିର ପ୍ରଶାସନର ଏହି ରିପୋର୍ଟ ହସ୍ତଗତ ହୋଇଥିବା ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ୀ । ଏଏସଆଇ ପକ୍ଷରୁ ଏହି କାର୍ଯ୍ୟ ପାଇଁ ହାଇଦ୍ରାବାଦ ସ୍ଥିତ ଏନଜିଆରଆଇ ସହାୟତା ନିଆଯାଇଥିଲା। ଶ୍ରୀମନ୍ଦିରର ସ୍ଥାୟିତ୍ବ ଏବଂ ସୁରକ୍ଷା ପ୍ରତି ଶ୍ରୀମନ୍ଦିର ପ୍ରଶାସନ ସର୍ବଦା ଯତ୍ନବାନ ରହିଛି, ତେଣୁ ବୈଷୟିକ ରିପୋର୍ଟ ହସ୍ତଗତ ହୋଇସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ । ତାସହ ଏହି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟରେ ଶ୍ରୀମନ୍ଦିର ପ୍ରଶାସନ ସମସ୍ତ ସହଯୋଗ କରିବ ବୋଲି ସେ ଦର୍ଶାଇଛନ୍ତି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ଯେ, ୪୫ ପୃଷ୍ଠାର ରିପୋର୍ଟ ହସ୍ତଗତ ହୋଇଛି । ଏହାପରେ ଆମେ ASI ସହ ଆଲୋଚନା କରିବୁ । ତୁରନ୍ତ ରତ୍ନଭଣ୍ଡାର ମରାମତି ପାଇଁ ASIକୁ ଅନୁରୋଧ କରିଛୁ । ରତ୍ନଭଣ୍ଡାର ମରାମତି, ରକ୍ଷଣାବେକ୍ଷଣା କାର୍ଯ୍ୟ ହାତକୁ ନେବାକୁ ଅନୁରୋଧ । ଏହି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟରେ ଶ୍ରୀମନ୍ଦିର ପ୍ରଶାସନ ସମସ୍ତ ସହଯୋଗ କରିବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି । ସେହିପରି ନୀତିକାନ୍ତି ଓ ଭକ୍ତଙ୍କ ଦର୍ଶନ ଯେଭଳି ବ୍ୟାଘାତ ନ ହେବ ଦୃଷ୍ଟି ଦେବୁ ବୋଲି । କେବଳ ASI ନୁହେଁ ବରଂ ଛତିଶା ନିଯୋଗ ସହ ମଧ୍ୟ ଆଲୋଚନା କରାଯିବ ବୋଲି ସେ କହିଛନ୍ତି ।

Leave a Reply

Your email address will not be published. Required fields are marked *