୨୪ ଘଣ୍ଟା ୨ ଜିଲ୍ଲାରେ ପ୍ରବଳ ବର୍ଷା

ବଙ୍ଗୋପସାଗରରେ ସକ୍ରୀୟ ଲଘୁଚାପ : ପ୍ରବଳ ବର୍ଷା ନେଇ ସତର୍କତା

ବଙ୍ଗୋପସାଗରରେ ସକ୍ରୀୟ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଜାରି କରିଛି ପାଣିପାଗ ବିଭାଗ। ଆଗାମୀ ୨ ଦିନ ଯାଏଁ ଏହା ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ଲାଗିରହିଛି। ପୁରୀ ଜିଲ୍ଲାରେ ୧୬୮ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଆଜିଠାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏଁ ପୁରୀ ପାର୍ଇ ରେଡ୍‌ ଆଲର୍ଟ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *