ଗଭୀର ଅବପାତ ପ୍ରଭାବରେ ତୁହାକୁ ତୁହା ବର୍ଷା

୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରେଡ୍ ଆଲର୍ଟ

ରାଜ୍ୟରେ ପ୍ରବଳ ବର୍ଷା । ଗଭୀର ଅବପାତ ପ୍ରଭାବରେ ତୁହାକୁ ତୁହା ବର୍ଷା ହେଉଛି । ଗୋପାଳପୁର ନିକଟରେ ଓଡ଼ିଶା ଉପକୂଳ ଅତିକ୍ରମ କଲା ଗଭୀର ଅବପାତ । ଏହା ଉତ୍ତର -ଉତ୍ତରପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା ଦେଇ ଆଗକୁ ଗତି କରିବାର ସମ୍ଭାବନା ରହିଛି । ଆଜି ଧୀରେ ଧୀରେ ଦୁର୍ବଳ ହୋଇ ଏହା ଅବପାତରେ ପରିଣତ ହେବ । ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । କିଛି ସ୍ଥାନର ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି ।ଆଜି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୭ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରେଡ୍ ଆଲର୍ଟ ଜାରି କରିଥିଲା ଆଇଏମଡି । ରେଡ୍ ୱାର୍ଣ୍ଣିଂ ଜୋନରେ ଥିଲା କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା,ଗଜପତି, ଗଞ୍ଜାମ, ଓ ପୁରୀ ଜିଲ୍ଲା । ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଥିଲା । ଆଜି ଅତି ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । କାଲି ପ୍ରବଳ ବର୍ଷା ସମ୍ଭାବନା ଥିବା କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା ଓ ବରଗଡ଼କୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ।