୨୪ ଘଣ୍ଟାରେ ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣି
ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା । ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ପଶ୍ଚିମ ଓଡ଼ିଶାର ଅନ୍ୟ ସ୍ଥାନରେ ବି ଅଧିକ ବର୍ଷିବ। କିଛି ସ୍ଥାନରେ ୨୦୦ ମିଲିମିଟରରୁ ଅଧିକ ବର୍ଷିପାରେ ।ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଉପକୂଳ ଓଡ଼ିଶା ଅତିକ୍ରମ କରିବ। ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ। ପରବର୍ତ୍ତୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବା ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।ଲଘୁଚାପ ପ୍ରଭାବରେ ଆସନ୍ତା ୬ ତାରିଖ ଯାଏ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।
