ପଶ୍ଚିମ ଓଡ଼ିଶା ମୁହାଁ ଲଘୁଚାପ

ବରଗଡ଼କୁ ରେଡ୍ ୱାର୍ଣ୍ଣିଂ

ପଶ୍ଚିମ ଓଡ଼ିଶା ମୁହାଁ ଲଘୁଚାପ । ବରଗଡ଼କୁ ରେଡ୍ ୱାର୍ଣ୍ଣିଂ । ୨୦ ସେମିରୁ ଅଧିକ ବର୍ଷା ଆଶଙ୍କା କରାଯାଉଛି । ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପ୍ରକୋପ । ବିଶେଷକରି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି । ବରଗଡ଼ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ ଗୋଟିଏ ଦୁଇଟି ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ । ଏହି ରେଡ୍ ୱାର୍ଣ୍ଣିଂ ସୋମବାର ଅଗଷ୍ଟ ୩୧ ସକାଳ ସାଢ଼େ ୮ଟାରୁ ମଙ୍ଗଳବାର ସେପ୍ଟେମ୍ବର ୧ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବଳବତ୍ତର ରହିବ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ରହିଥିବା ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *