ମହାପ୍ରଭୁଙ୍କ ୫ଘଣ୍ଟା ନୀତି ବିଳମ୍ବ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳମ୍ବ । ସେବାୟତଙ୍କ ଭିତରେ ବିବାଦ ପାଇଁ ବିଳମ୍ବରେ ଚାଲିଛି ନୀତି । ମଙ୍ଗଳବାର ଏକାଦଶୀରେ ମହାପ୍ରଭୁଙ୍କ ବିବାହ ନୀତି ହେବାକୁ ଥିବାବେଳେ ସେବାୟତଙ୍କ ମଧ୍ୟରେ ବିବାଦ ହୋଇଥିଲା । ଫଳରେ ୫ ଘଣ୍ଟା ବିଳମ୍ବ ହୋଇଥିଲା ଶ୍ରୀଜିଉଙ୍କ ନୀତିକାନ୍ତି । ଗତକାଲି ରାତି ସମୟରେ ପୂଜାପଣ୍ଡା ଏବଂ ସିଙ୍ଗାରୀ ସେବାୟତଙ୍କ ଭିତରେ ବିବାଦ ହୋଇଥିଲା । ଫଳରେ ହୋଇ ପାରିନଥିଲା ମହାପ୍ରଭୁଙ୍କ ବିବାହ ପାଇଁ ଆବଶ୍ୟକ ନୀତି । ଆଜି ସକାଳୁ ଏହି ନୀତି କରାଯାଉଛି । ଶ୍ରୀଜିଉଙ୍କ ନୀତିରେ ବିଶୃଙ୍ଖଳା ନେଇ ଅସନ୍ତୋଷ ପ୍ରକାଶ ପାଇଛି ।