ଦୁଇ ହଷ୍ଟେଲ ପିଲାଙ୍କ ମଧ୍ୟରେ ଗଣ୍ଡଗୋଳ

ଅଶାନ୍ତ ବିଜେବି କଲେଜ, ଫେରୱେଲ୍ ପାର୍ଟିରୁ ପିଟାପିଟି

ଅଶାନ୍ତ ବିଜେବି କଲେଜ । ଫେରୱେଲ୍ ପାର୍ଟିରୁ ପିଟାପିଟି । କ୍ୟାମ୍ପସରେ ଚାଲିଲା ଇଟା ପଥର ମାଡ଼ । ଡିଜେ ବଜାଇବାକୁ ନେଇ କ୍ୟାମ୍ପସରେ ଉତ୍ତେଜନା । ଦୁଇ ହଷ୍ଟେଲ ପିଲାଙ୍କ ମଧ୍ୟରେ ଗଣ୍ଡଗୋଳ । ପଥର ମାଡ ଯୋଗୁ ୨୫ରୁ ଅଧିକ ଛାତ୍ର ଆହତ ହୋଇଛନ୍ତି । ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ ପହଂଚି ସ୍ଥିତି ନିୟନ୍ତ୍ରଣ କରିଥିଲା । ଅଭିଯୋଗ ଅନୁଯାୟୀ, ଗତକାଲି ରାତିରେ ଅଶୋକା ହଷ୍ଟେଲରେ ଫେରୱେଲ ପାର୍ଟି ଚାଲିଥିଲା । ସମୟସୀମା ପରେ ରାତିରେ ଡିଜେ ବଜାଇ ନାଚୁଥିଲେ ହଷ୍ଟେଲ ପିଲା । ଏନେଇ ଆମ୍ବେଦକର ହଷ୍ଟେଲର କିଛି ପିଲା ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଂଚି ଡିଜେ ବନ୍ଦ କରିଥିଲା । ଏହାପରେ ଦୁଇ ହଷ୍ଟେଲ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା ।

Leave a Reply

Your email address will not be published. Required fields are marked *