କାଲି ଆସିବେ ଏସ୍ ଜୟଶଙ୍କର, ୫ରେ ନଡ୍ଡା
ଏଥର ବିଜେପି ଫୋକସରେ ଓଡ଼ିଶା। ଓଡ଼ିଶାରେ ଅଧିକ ସିଟ୍ ହାତେଇବା ପାଇଁ ଲକ୍ଷ୍ୟ ରଖିଛି ବିଜେପି। ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର। ୪ ଓ ୫ ତାରିଖ ଦୁଇଦିନ ଓଡ଼ିଶାରେ ରହିବେ। ଭୁବନେଶ୍ୱର-କଟକ-ସମ୍ବଲପୁରରେ କାର୍ଯ୍ୟକ୍ରମରେ ଯୋଗଦେବେ ଏସ୍.ଜୟଶଙ୍କର । ସେହିଭଳି ୫ତାରିଖ ଅପରାହ୍ନରେ ଆସିବେ BJP ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ୱରରେ ପ୍ରମୁଖ ନେତାଙ୍କ ସହ କରିବେ ଆଲୋଚନା। କଟକରେ ମଧ୍ୟ ନଡ୍ଡାଙ୍କ କାର୍ଯ୍ୟକ୍ରମ ରହିଥିବା ସୂଚନା ଦେଇଛନ୍ତି ଗୋଲକ ମହାପାତ୍ର। ନଡ୍ଡାଙ୍କ ପରେ ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବ୍ରହ୍ମପୁର ଓ ନବରଙ୍ଗପୁର ନିର୍ବାଚନୀ ସଭାକୁ ସମ୍ବୋଧିତ କରିବେ । ବ୍ରହ୍ମପୁର ସହର ଉପକଣ୍ଠ କନିଷିଠାରେ ଆୟୋଜିତ ସଭାରେ ସାମିଲ ହେବେ ମୋଦି । ଏହାପରେ ନବରଙ୍ଗପୁରରେ ଜନସଭାକୁ ସମ୍ୱୋଧିତ କରିବେ।୬ ତାରିଖ ଦିନ ୧୦ଟାରେ ବ୍ରହ୍ମପୁର କନିଷିରେ ଆୟୋଜିତ ଜନସମାବେଶରେ ପ୍ରଧାନମନ୍ତ୍ରୀ ଉଦ୍ବୋଧନ ଦେବେ । ବ୍ରହ୍ମପୁର ଓ ଆସିକା ଲୋକସଭା ଆସନ ସହିତ ଏହା ଅଧୀନରେ ଥିବା ସମସ୍ତ ବିଧାନସଭା ଆସନକୁ ବିଜେପି ଫୋକସ୍ କରୁଛି । ଏଠାରେ ଜିତିବା ସମ୍ଭାବନା ଥିବାରୁ ନଡ୍ଡାଙ୍କ ପରେ ମୋଦି ନିର୍ବାଚନ ପ୍ରଚାର ପାଇଁ ଆସୁଛନ୍ତି । ପ୍ରଧାନମନ୍ତ୍ରୀ ୧୧ତାରିଖରେ ପୁଣି ଓଡ଼ିଶାକୁ ପ୍ରଚାରରେ ଆସିବାର କାର୍ଯ୍ୟକ୍ରମ ରହିଛି ।