ବଢ଼ିଲା ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ଦରମା

ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ବଢ଼ିଲା ଦରମା

ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି । ପାରିଶ୍ରମିକ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଘୋଷଣା । ମାସିକ ପାରିଶ୍ରମିକ ୧୬ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଉପକୃତ ହେବେ ୧୩ହଜାର ୭୪୦ ଶିକ୍ଷକ । ପୂର୍ବରୁ ୧୧ହଜାର ୧୦୦ ଟଙ୍କା ପାରିଶ୍ରମିକ ମିଳୁଥିଲା । ଏହାସହିତ ଏହି ବର୍ଗର ଶିକ୍ଷକ ମାନଙ୍କ ଇପିଏଫ ପରିମାଣ ମଧ୍ୟ ୧୪୪୩ ଟଙ୍କାରୁ ୧୯୫୦ ଟଙ୍କାକୁ ବୃଦ୍ଧି ପାଇଛି । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟ ସରକାର ପ୍ରତ୍ୟେକ ସ୍କିମାଟିକ କନିଷ୍ଠ ଶିକ୍ଷକଙ୍କ ପାଇଁ ପୂର୍ବରୁ ୧୨,୫୪୩ ଟଙ୍କା ପ୍ରଦାନ କରୁଥିବା ବେଳେ, ଏବେ ମାସକୁ ୧୭,୯୫୦ ଟଙ୍କା ପ୍ରଦାନ କରିବେ ।ସୂଚନାଯୋଗ୍ୟ ଯେ ରାଜ୍ୟରେ ବର୍ତ୍ତମାନ ୧୩,୭୪୦ ଜଣ ସ୍କିମାଟିକ କନିଷ୍ଠ ଶିକ୍ଷକ କାର୍ୟ୍ୟରତ ଅଛନ୍ତି । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୮୯.୧୫ କୋଟି ଟଙ୍କା ବହନ କରିବେ ।ରାଜ୍ୟରେ ପ୍ରାଥମିକ ଶିକ୍ଷାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ୧୬,୦୦୦ ରୁ ଅଧିକ କନିଷ୍ଠ ଶିକ୍ଷକ ନିଯୁକ୍ତି କରାଯାଇଛି। ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କାର୍ୟ୍ୟକାରୀ କରିଛନ୍ତି । ଏହାଦ୍ୱାରା ଏହି ବର୍ଗର କନିଷ୍ଠ ଶିକ୍ଷକମାନେ ଉପକୃତ ହେବେ ଏବଂ ଏହାଦ୍ୱାରା ପ୍ରାଥମିକ ଶିକ୍ଷାରେ ଗୁଣାତ୍ମକ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।