୪ ପ୍ରାର୍ଥୀଙ୍କ ନାଁରେ ହତ୍ୟା ମାମଲା, ୧୧ ପ୍ରାର୍ଥୀ ପଞ୍ଚମ ପାସ୍

ତୃତୀୟ ପର୍ଯ୍ୟାୟରେ ୩୩% ବିଧାୟକ ପ୍ରାର୍ଥୀ କୋଟିପତି

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୩୩% ବିଧାୟକ ପ୍ରାର୍ଥୀ କୋଟିପତି । ଚମ୍ପୁଆ ବିଜେଡି ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ ସବୁଠୁ ଧନୀ । ସନା ମହାକୁଡ଼ଙ୍କ ମୋଟ ସମ୍ପତ୍ତି ୨୨୭କୋଟି ୬୭ଲକ୍ଷ । ଦ୍ୱିତୀୟରେ ରହିଛନ୍ତି ଘଷିପୁରା ସ୍ୱାଧୀନ ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ । ସୌମ୍ୟଙ୍କ ମୋଟ ସମ୍ପତ୍ତି ୧୨୨କୋଟି ୮୬ଲକ୍ଷ । ତୃତୀୟରେ ଅଛନ୍ତି ନୟାଗଡ଼ ବିଜେପି ପ୍ରାର୍ଥୀ ପ୍ରତୁ୍ୟଷା ରାଜେଶ୍ୱରୀ । ପ୍ରତୁ୍ୟଷା ରାଜେଶ୍ୱରୀଙ୍କ ସମ୍ପତ୍ତି ହେଉଛି ୧୨୦କୋଟି ୫୬ଲକ୍ଷ । ତୃତୀୟ ପର୍ୟ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଅଛନ୍ତି ।
ସେମାନଙ୍କ ମଧ୍ୟରୁ ୩୮୧ ଜଣ ବିଧାୟକ ପ୍ରାର୍ଥୀଙ୍କ ସତ୍ୟପାଠ ବିଶ୍ଳେଷଣ କରିଛି ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚ୍ । ୩୮୧ ବିଧାୟକ ପ୍ରାର୍ଥୀଙ୍କ ମଧ୍ୟରୁ ୧୦୦ ଜଣ ଅର୍ଥାତ୍ ୨୬ ପ୍ରତିଶତଙ୍କ ନାମରେ ରହିଛି ଅପରାଧିକ ମାମଲା । ୮୬ ଜଣଙ୍କ ନାମରେ ରହିଛି ଗୁରୁତର ଅପରାଧ ମାମଲା । ୪ ଜଣଙ୍କ ନାଁରେ ହତ୍ୟା ମାମଲା ରହିଛି । ୨୬ ଜଣଙ୍କ ନାମରେ ହତ୍ୟା ଉଦ୍ୟମ ମାମଲା ଥିବା ବେଳେ ୨୮ ଜଣଙ୍କ ନାମରେ ମହିଳା ବିରୋଧୀ ମାମଲା ରହିଛି । ଏମିତିକି ଜଣଙ୍କ ନାମରେ ଦୁଷ୍କର୍ମ ମାମଲା ବି ଅଛି ।
ତୃତୀୟ ପର୍ୟ୍ୟାୟ ନିର୍ବାଚନରେ ୧୨୬ ଜଣ ଅର୍ଥାତ୍ ୩୩ ପ୍ରତିଶତ ବିଧାୟକ ପ୍ରାର୍ଥୀ କୋଟିପତି । କେନ୍ଦୁଝର ଚମ୍ପୁଆର ବିଜେଡି ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼ ତୃତୀୟ ପର୍ୟ୍ୟାୟର ସବୁଠୁ ଧନୀ ବିଧାୟକ ପ୍ରାର୍ଥୀ । ତାଙ୍କ ସମ୍ପତ୍ତି ମୂଲ୍ୟ ୨୨୭ କୋଟି ୬୭ ଲକ୍ଷ ଟଙ୍କା । ସେହିପରି ୧୨୨ କୋଟି ୮୬ ଲକ୍ଷ ଟଙ୍କା ସମ୍ପତ୍ତି ସହ ଘଷିପୁରାର ସ୍ୱାଧୀନ ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଏହି ପର୍ୟ୍ୟାୟର ଦ୍ୱିତୀୟ ଧନୀ ବିଧାୟକ ପ୍ରାର୍ଥୀ । ସେହିପରି ୧୨୦ କୋଟି ୫୬ ଲକ୍ଷ ଟଙ୍କା ସମ୍ପତ୍ତି ସହ ତୃତୀୟ ସ୍ଥାନରେ ଅଛନ୍ତି ନୟାଗଡ଼ ବିଜେପି ବିଧାୟକ ପ୍ରାର୍ଥୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ ।
କଟକ ବଡମ୍ବାରୁ ସମୃଦ୍ଧ ଓଡ଼ିଶା ପକ୍ଷରୁ ବିଧାୟକ ପ୍ରାର୍ଥୀ କୈଳାଶ ଚନ୍ଦ୍ର ନାୟକ ସବୁଠୁ ଗରିବ ବିଧାୟକ ପ୍ରାର୍ଥୀ । ତାଙ୍କ ସମ୍ପତ୍ତି ମୂଲ୍ୟ ମାତ୍ର ୧ ହଜାର ଟଙ୍କା । ତୃତୀୟ ପର୍ୟ୍ୟାୟର ବିଧାୟକ ପ୍ରାର୍ଥୀଙ୍କ ମଧ୍ୟରୁ ୨ ଜଣ ପ୍ରାର୍ଥୀ ସ୍କୁଲ ହତା ମାଡ଼ି ନଥିବା ବେଳେ ଅନ୍ୟ ଦୁଇ ଜଣ ପଞ୍ଚମ ବି ପାସ କରି ନାହାନ୍ତି ।