କାଲିଠୁ ୩ ଦିନ ସାତକୋଶିଆ ବନ୍ଦ
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ । ୬ ତାରିଖରୁ କୁମ୍ଭୀର ଗଣନା ଆରମ୍ଭ ହେବାକୁ ଥିବାରୁ ଉଭୟ ପର୍ୟ୍ୟଟକ ଓ ମତ୍ସ୍ୟଜୀବୀଙ୍କୁ ସାତକୋଶିଆ ମନା ରହିଛି। ୬, ୭ ଏବଂ ୮ ତାରିଖ ୩ ଦିନ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମହାନଦୀ ଗଣ୍ଡରେ ୨୩ କିମି ଯାଏ ଗଣନା କରାଯିବାର କାର୍ୟ୍ୟକ୍ରମ ଥିବା ବେଳେ, ବନବିଭାଗର ୧୪ଟି ଦଳରେ ମୋଟ ୭୦ଜଣ କର୍ମଚାରୀ ନିୟୋଜିତ ରହିବେ। ଏଥିପାଇଁ ବନବିଭାଗ ପକ୍ଷରୁ ଦେଶୀଡଙ୍ଗାର ବ୍ୟବସ୍ଥା କରାଯାଇଥିବା ବନଖଣ୍ଡ ଅଧିକାରୀ କହିଛନ୍ତି। ସେହିପରି ୧୪ରୁ ପର୍ୟ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ ରହିବ। କୁମ୍ଭୀର ଗଣନା ପାଇଁ ୧୪ରୁ ୨୧ ଯାଏଁ ବନ୍ଦ ରହିବ ଭିତରକନିକା।