ସ୍ଥିତି ଦେଖି ଜିଲ୍ଲାପାଳମାନେ ନେଇପାରିବେ ସ୍କୁଲ ବନ୍ଦ ନିଷ୍ପତ୍ତି

ଦୁଇ ଦିନ ମଧ୍ୟରେ ସ୍କୁଲ ବନ୍ଦ ନିଷ୍ପତ୍ତି

ରାଜ୍ୟରେ କଲବଲ କରୁଛି ତାତି। ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ସ୍କୁଲ ବନ୍ଦ ନିଷ୍ପତ୍ତି । ପ୍ରଥମ ପର୍ଯ୍ୟାୟରେ ମେ’ ୬ ତାରିଖ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ନେଇ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲା ରାଜସ୍ଵ ବିଭାଗ। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଦିନେ ଦୁଇ ଦିନ ମଧ୍ୟରେ ନିଷ୍ପତ୍ତି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଭିନ୍ନ ବିଭାଗର ସଚିବଙ୍କ ସହ ଆଲୋଚନା କଲେ ରାଜସ୍ଵ ମନ୍ତ୍ରୀ। ଖରା ବଢିଲେ ଆବଶ୍ୟକ ସ୍ଥଳେ ଅଙ୍ଗନୱାଡ଼ି ଛୁଟି ହେବ। ତେବେ ସ୍ଥିତି ଦେଖି ଜିଲ୍ଲାପାଳମାନେ ଚାହିଁଲେ ସ୍କୁଲ ବନ୍ଦ ନିଷ୍ପତ୍ତି ନେଇ ପାରିବେ ବୋଲି କହିଛନ୍ତି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ  ।