ବାତ୍ୟା ପାଇଁ ୧୧ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
ବାତ୍ୟା ନେଇ ଆଲର୍ଟ। ରାଜ୍ୟର ୧୧ଟି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା। ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ, ନୟାଗଡ଼ ଓ ରାୟଗଡ଼ା ସମେତ ୧୧ ଜିଲ୍ଲାରେ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଶିଶୁ ବାଟିକାଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ପାଇଁ ଏହି ନିଷ୍ପତ୍ତି ଲାଗୁ ହେବ। ଖୋର୍ଦ୍ଧା, ନୟାଗଡ଼, ମାଲକାନଗିରି, ରାୟଗଡ଼ା ଓ କୋରାପୁଟରେ ୨୦ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା ହୋଇଥିବା ବେଳେ ଅନ୍ୟ ୬ଟି ଜିଲ୍ଲାରେ ୨୧ ତାରିଖ ପର୍ଯ୍ୟନ୍ତ ତିନିଦିନ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।
