ଗ୍ରୀଷ୍ମ ପ୍ରବାହ ପାଇଁ ୧୩ ଜିଲ୍ଲାରେ ସ୍କୁଲ ଛୁଟି
ଅସହ୍ୟ ଖରାକୁ ଦେଖି ଛୁଟି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି ଘୋଷଣା କରାଯାଇଛି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଭୟଙ୍କର ହିଟ୍ ୱେଭକୁ ଦେଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷାଧିକାରୀ ଏଭଳି ନିର୍ଦ୍ଦେଶ ଦେଇଛନ୍ତି । ପରିସ୍ଥିତିକୁ ନଜରରେ ରଖି ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ । ତେବେ ପୂର୍ବରୁ ଧାର୍ଯ୍ୟ ହୋଇଥିବା ପରୀକ୍ଷା ଜାରି ରହିବ । ଏଥିସହ ଶିକ୍ଷକ ଶିକ୍ଷୟିତ୍ରୀ ବିଦ୍ୟାଳୟ ଓ ଜନଗଣନା କାର୍ଯ୍ୟରେ ସାମିଲ ହେବେ ।
