ରାଜ୍ୟରେ କାୟା ବିସ୍ତାର କରୁଛି ସ୍କ୍ରବ ଟାଇଫସ !

ଗତ ୨୪ଘଣ୍ଟାରେ ସୁନ୍ଦରଗଡ଼ରେ ୧୧ ଜଣ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ!

ରାଜ୍ୟରେ ସ୍କ୍ରବ ଟାଇଫସକୁ ନେଇ ଏବେ ଚିନ୍ତା ବଢିଛି । ବିଶେଷ କରି ସୁନ୍ଦରଗଡ଼ ଜିଲ୍ଲାରେ ଏହି ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି ।ତେବେ ଗତ ୨୪ଘଣ୍ଟା ମଧ୍ୟରେ ଆଉ ୧୧ ଜଣ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ ହୋଇଛନ୍ତି। ଏହା ସହିତ ଜିଲ୍ଲାରେ ସ୍କ୍ରବ ଟାଇଫସ ପଜିଟିଭ ସଂଖ୍ୟା ୧୮୦କୁ ବୃଦ୍ଧି ପାଇଛି। ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ମୁଖ୍ୟ ଚକିତ୍ସା ଅଧିକାରୀ ଏହି ସୂଚନା ଦେଇଛନ୍ତି। ୧୮୦ ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ ଅନ୍ୟ ରାଜ୍ୟର ହୋଇଥିବା ବେଳେ ୯ ଜଣ ଅନ୍ୟ ଜିଲ୍ଲାର ବାସିନ୍ଦା।

ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନ କରାଇବା ପାଇଁ ବିଭିନ୍ନ ପଦକ୍ଷେପ ନିଅ।ଯାଉଥିବା ନେଇ ସିଡିଏମଓ ସୂଚନା ଦେଇଛନ୍ତି। ତେବେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାକୁ ଲାଗିଥିବା ବେଳେ ଏହା ସମସ୍ତଙ୍କ ଚିନ୍ତା ବଢ଼ାଇଛି। ଏହି ରୋଗ ହେଲେ ମୁଣ୍ଡ ବିନ୍ଧା ଜ୍ଵର ଲାଗିରହିବା ଆଦି ଦେଖାଯାଉଛି । ଅଣ୍ଟିବାଇଓଟିକ ଦ୍ଵାରା ଯଦିଓ ଏହି ରୋଗରୁ ଉପସମ ମିଳିପାରିବ ତେବେ ତୁରନ୍ତ ପ୍ରତିକାର ତଥା ଡାକ୍ତରଙ୍କ ପରାମର୍ଶ ହିଁ ବଞ୍ଚାଇ ଦେଇପାରିବ ।