କରୋନା ପରେ ସ୍କ୍ରବ୍ ଟାଇଫସ ଭୟ

ସ୍କ୍ରବ ଟାଇଫସ ଭୂତାଣୁ ନେଲାଣି ୫ ଜୀବନ

ବରଗଡ଼ରେ ବ୍ୟାପୁଛି ସ୍କ୍ରବ ଟାଇଫସ । ଏହି ଭୂତାଣୁ ଜନିତ ରୋଗରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସୋହେଲା ବ୍ଲକରୁ ୨ ଜଣ ଥିବା ବେଳେ ଅତାବିରା, ଭେଡେନ୍‌ ଓ ବରପାଲିରୁ ଜଣେ ଲେଖାଏ ଲୋକଙ୍କ ମୃତ୍ୟୁ ହୋଇଛି । ସେହିପରି ଏବେ ସ୍କ୍ରବ ସାଇଫଲ ଭୂତାଣୁରେ ସଂକ୍ରମିତ ହୋଇ ଚିକିତ୍ସିତ ହେଉଛନ୍ତି । ଏନେଇ ବରଗଡ଼ ଜନସ୍ୱାସ୍ଥ୍ୟ ଅଧିକାରୀ କହିଛନ୍ତି ଯେ ଜିଲ୍ଲାରେ ଅଗଷ୍ଟ ୨୩ ତାରିଖ ସୁଦ୍ଧା ୧୭୮ଜଣଙ୍କ ରକ୍ତ ନମୂନା ସଂଗ୍ରହ କରାଯାଇଥିଲା। ସେଥିରୁ ୩ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି । ଏଥିସହ ସେପ୍ଟେମ୍ବର ମାସ ୧୩ ତାରିଖ ସୁଦ୍ଧା ଆଉ ୧୨୭ ଜଣଙ୍କ ଟେଷ୍ଟ କରାଯାଇଛି । ସେମାନଙ୍କ ମଧ୍ୟରୁ ଜଣଙ୍କ ଶରୀରରୁ ସ୍କ୍ରବ ସାଇଫଲ ଠାବ ହୋଇଛି । ପଜିଟିଭ୍‌ ଚିହ୍ନଟ ହୋଇଥିବା ସମସ୍ତ ୪ ଜଣ ବର୍ତ୍ତମାନ ସୁସ୍ଥ ଅଛନ୍ତି । ସେମାନଙ୍କର ଚିକିତ୍ସା ଚାଲିଛି ବୋଲି ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ସୂଚନା ଦେଇଛନ୍ତି ।