ବଢ଼ିଲା ପୁରୀ ଶ୍ରୀମନ୍ଦିର ସେବାୟତଙ୍କ ପେନସନ୍ ରାଶି

ସେବାୟତ ଭତ୍ତା ୪ ହଜାରରୁ ୫ ହଜାରକୁ ବୃଦ୍ଧି

ବଢ଼ିଲା ପୁରୀ ଶ୍ରୀମନ୍ଦିର ସେବାୟତଙ୍କ ପେନସନ୍ ରାଶି । ସୂଚନା ଦେଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ମାସିକ ବରିଷ୍ଠ ସେବାୟତ ଭତ୍ତା ୪ ହଜାରରୁ ୫ ହଜାରକୁ ବୃଦ୍ଧି। ୨୦୨୬ ଜାନୁଆରୀରୁ ବର୍ଦ୍ଧିତ ପେନସନ୍ ଲାଗୁ ହେବ । ସେବାୟତଙ୍କ କନ୍ୟାମାନଙ୍କ ବିବାହ ରାଶି ୧ ଲକ୍ଷକୁ ବୃଦ୍ଧି । ଶ୍ରୀମନ୍ଦିରକୁ ସ୍ବଇଚ୍ଛାରେ ଦାନ ପାଇଁ ATMରେ ଆସିବ ମେସେଜ୍ । ପୁରୀକୁ ଆସୁଥିବା ଶ୍ରଦ୍ଧାଳୁ ATMରୁ ଟଙ୍କା ବାହାର କଲେ ଏକ ମେସେଜ ଆସିବ। ରସିଦ୍‌ ବାହାରିବା ପୂର୍ବରୁ ATMରେ ଏକ ମେସେଜ ଆସିବ।ଶ୍ରୀମନ୍ଦିରକୁ ସ୍ବଇଚ୍ଛାରେ କିଛି ଦାନ କରିବାକୁ ଚାହୁଁଛନ୍ତି କି ବୋଲି ମେସେଜ ଆସିବ। ଶ୍ରଦ୍ଧାଳୁ ରାଜି ହେଲେ ତାଙ୍କ କାର୍ଡରୁ ଟଙ୍କା ଦେଇପାରିବେ । ଏନେଇ ଆମେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିବୁ ।

Leave a Reply

Your email address will not be published. Required fields are marked *