ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ୬ ଜଣ ଗିରଫ
ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ୬ ଜଣ ଗିରଫ ହୋଇଛନ୍ତି । ପ୍ରେସ୍ମିଟ୍ରେ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଡିଜି । ଏହି ଲିକ୍ ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣାଙ୍କ ଜରିଆରେ ହୋଇଛି । ତାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୨ ଲକ୍ଷ ୪୦ ହଜାର ଟଙ୍କା ଆସିଥିବାର ପ୍ରମାଣ ମିଳିଛି । ଏହି ପ୍ରଶ୍ନପତ୍ର ଲିକ୍ ବାଲେଶ୍ବରରୁ କୋରାପୁଟ ପର୍ଯ୍ୟନ୍ତ ବ୍ୟାପିଛି । ଓଡ଼ିଶା ପୋଲିସର କ୍ରାଇମ୍ବ୍ରାଞ୍ଚ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ଜୀତନ ମହାରାଣା, ବିଜୟ କୁମାର ମିଶ୍ର, ସନାତନ ବିଶୋୟୀ, ରାମଜୀ ପ୍ରସାଦ ଗୁପ୍ତା, ଅଜୟ କୁମାର ସାହୁ ଓ ଜୟନ୍ତ କୁମାର ରାଉତ । ସୂଚନା ଯୋଗ୍ୟ ଯେ ଗତ ୨୦ ତାରିଖରେ ହେବାକୁ ଥିବା ଓଟିଇଟି ପରୀକ୍ଷା, ପ୍ରଶ୍ନପତ୍ର ଲିକ୍ ହେବା କାରଣରୁ ପରୀକ୍ଷା ବାତିଲ କରାଯାଇଥିଲା ।
