ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ୍
୨୬ ଦିନ ପରେ ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ୍। ସରକାରଙ୍କ ପକ୍ଷରୁ ତାଙ୍କ ଦାବି ପୂରଣ ହେବାର ପ୍ରତିଶ୍ରୁତି ମିଳିବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ଅନଶନ ସମାପ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ନିଷ୍ପତ୍ତିର ଜବାବ ଦେଇଛନ୍ତି। ସେ ଇନଷ୍ଟାଗ୍ରାମରେ ପୋଷ୍ଟ କରି କହିଛନ୍ତି, ମୁଁ ସୋନମଙ୍କୁ ତାଙ୍କ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ତାଙ୍କର ଦୈନନ୍ଦିନ କାର୍ଯ୍ୟଧାରା ବଜାୟ ରଖିବାକୁ ଏବଂ ଯଥାଶୀଘ୍ର ତାଙ୍କର ପୂର୍ବ ଓଜନ ଫେରି ପାଇବାକୁ ଅନୁରୋଧ କରୁଛି। ମୁଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ସୋନମ ସୁସ୍ଥ ରୁହନ୍ତୁ।
ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ କେନ୍ଦ୍ର ରାଜ୍ୟ ମନ୍ତ୍ରୀ ଜିତେନ୍ଦ୍ର ସିଂହଙ୍କ ସହ ସାକ୍ଷାତ କରିବା ପରେ ତାଙ୍କର ଅନଶନ ଭାଙ୍ଗିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ନିଟ୍ ପ୍ରଶ୍ନପତ୍ର ପ୍ରଘଟ ବିରୁଦ୍ଧରେ ସିଜେପି ଦ୍ୱାରା ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦକୁ ସମର୍ଥନ କରି ଜୁନ୍ ୨୮ ତାରିଖରେ ଅନଶନ ଆରମ୍ଭ କରିଥିଲେ। ଏହି ସମୟରେ ସୋନମଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରବର୍ତ୍ତୀ ସମୟରେ, ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ତାଙ୍କୁ ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା।
