ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ସ୍ୱତନ୍ତ୍ର ବସ୍
ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ସ୍ୱତନ୍ତ୍ର ବସ୍ । କୁମ୍ଭମେଳା ପାଇଁ ବିଭିନ୍ନ ଜିଲ୍ଲାରୁ ଗଡ଼ିଲା ସ୍ୱତନ୍ତ୍ର ବସ୍ । ଭିସି ଜରିଆରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଗଡ଼ିଲା ବସ୍ । ପ୍ରଥମ ପର୍ଯ୍ୟାୟରେ ଗଲେ ୨୦୦ ଶ୍ରଦ୍ଧାଳୁ । ବାରାଣାସୀ, ପ୍ରୟାଗରାଜ ଦେଇ ଅଯୋଧ୍ୟା ପର୍ଯ୍ୟନ୍ତ ଚଳାଚଳ କରିବ । ଆବଶ୍ୟକ ହେଲେ ଅଧିକ ବସର ବ୍ୟବସ୍ଥା କରାଯିବ ।

ଆଜି ଲୋକସେବା ଭବନରେ ଆୟୋଜିତ ଏକ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭର୍ଚୁଆଲ ମୋଡରେ ପତାକା ଦେଖାଇ ଏହି ବସ୍ ଚଳାଚଳର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଳୁମାନଙ୍କୁ ଶୁଭେଚ୍ଛା ଜଣାଇବା ସହିତ ଏହି ତୀର୍ଥଯାତ୍ରାରେ ସେମାନେ ଅଶେଷ ପୁଣ୍ୟ ଲାଭ କରିବେ ବୋଲି ଆଶା ପ୍ରକାଶ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଥମ ପର୍ୟ୍ୟାୟରେ ୪ଟି ବସର ଚଳାଚଳ କରାଯାଉଛି ଏବଂ ଆବଶ୍ୟକ ହେଲେ ଆହୁରି ଅଧିକ ବସ୍ ର ବ୍ୟବସ୍ଥା କରାଯିବ । ପ୍ରଥମ ଥର ପାଇଁ ୨୫୦୦ କିଲୋମିଟରରୁ ଅଧିକ ଲମ୍ବା ଯାତ୍ରାର ଶୁଭାରମ୍ଭ କରାଗଲା ମହିଳା ଯାତ୍ରୀଙ୍କ ପାଇଁ ଟିକେଟ ମୂଲ୍ୟରେ ୫୦ ପ୍ରତିଶତ ରିହାତି ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ବସ୍ ଗୁଡିକରେ ଯାତ୍ରୀମାନଙ୍କ ସୁରକ୍ଷା ପାଇଁ ‘ଲାଇଭ୍ ଭେଇକିଲ୍ ଟ୍ରାକିଂ’, ପ୍ୟାନିକ ବଟନ୍ ଏବଂ ଡ୍ରାଇଭର ଆସିଷ୍ଟାନ୍ସ ସିଷ୍ଟମ ରହିଛି । ଯାତ୍ରୀ ମାନଙ୍କ ଆରାମଦାୟକ ଯାତ୍ରା ପାଇଁ ସମସ୍ତ ସୁବିଧା କରାଯାଇଛି। ଏହା ସହିତ ମହାକୁମ୍ଭ ମେଳା ଯାତ୍ରୀ ମାନଙ୍କ ସୁବିଧା ପାଇଁ ୨୪ ଘଣ୍ଟିଆ ହେଲ୍ପ ଡେସ୍କ ମଧ୍ୟ ଖୋଲା ଯାଇଛି । ଯାତ୍ରୀମାନେ ୧୮୦୦ ୩୪୫ ୧୧୨୨ କୁ କଲ୍ କରିପାରିବେ କିମ୍ବା ୭୮୪୯୦ ୫୨୨୦୫ ନମ୍ବରରେ ହ୍ୱାଟସଆପ୍ ମାଧ୍ୟମରେ ହେଲ୍ପ ଡେସ୍କର ସୁବିଧା ନେଇପାରିବେ ।
