ପରିକ୍ରମା ପ୍ରକଳ୍ପ ଓ ଜଗନ୍ନାଥ ବଲ୍ଲଭ ଉନ୍ନୟନ କାମର ସମୀକ୍ଷା
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ପୂର୍ବରୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଜଗନ୍ନାଥ ବଲ୍ଲଭ ଉନ୍ନୟନ କାମର ସମୀକ୍ଷା କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ । ପୁରୀ ଗଜପତି ପ୍ରଥମେ ଜଗନ୍ନାଥ ବଲ୍ଳଭରେ ହେଉଥିବା ମଲ୍ଟି ଲେଭଲ ପାର୍କିଂ, ତୀର୍ଥଯାତ୍ରୀ କେନ୍ଦ୍ର ନିର୍ମାଣ, ୩୭ ଶହ ବର୍ଗଫୁଟର ଧ୍ୟାନ ଯୋଗ କେନ୍ଦ୍ର, ୧୮୪ଟି ଦୋକାନ, ୧୪୨୦ କାର୍ ପାର୍କିଂ, ୨ ଶହ ଦୁଇ ଚକିଆ ଯାନ କାର୍ଯ୍ୟର ସମୀକ୍ଷା କରିଥିଲେ । ପ୍ରକଳ୍ପ ପ୍ରତିଷ୍ଠା, ପୂଜା ଓ ଲୋକାର୍ପଣ ନେଇ ବୈଠକରେ ଆଲୋଚନା ଥିବାରୁ ତା ପୂର୍ବରୁ ଗଜପତି ମହାରାଜା ସମୀକ୍ଷା କରିଛନ୍ତି । ଗଜପତି ମହାରାଜାଙ୍କ ସମୀକ୍ଷା ବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳ ମଧ୍ୟ ଉପସ୍ଥିତ ଥିଲେ ।ଆଗାମୀ ଜାନୁଆରି ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ହେବ । ଏହି ପ୍ରକଳ୍ପକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ । ସେ କହିଛନ୍ତି, ଜାନୁଆରି ୧୨ ତାରିଖରୁ ହୋମଯଜ୍ଞ ଆରମ୍ଭ ହେବ । ୫ ଦିନ ହୋମଯଜ୍ଞ ହେବା ପରେ ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା କରାଯିବ । ୫ ଦିନ ଧରି ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ କରାଯିବ ।