ଶରଧାବାଲିରେ ଠେଲାପେଲା ଦଳାଚକଟା

ଶରଧାବାଲିରେ ଦଳାଚକଟା, ୩ ମୃତ

ପୁରୀ ଶରଧାବାଲିରେ ଠେଲାପେଲା ଦଳାଚକଟା । ତିନି ଭକ୍ତଙ୍କ ଜୀବନ ଯାଇଛି । ସେମାନଙ୍କ ଭିତରୁ ଦୁଇ ଜଣ ପୁରୁଷ ଥିବା ବେଳେ ଜଣେ ମହିଳାଙ୍କ ମୃତ୍ୟ ହୋଇଛି । ମୃତକମାନେ ହେଲେ ଖୋର୍ଦ୍ଧା ଗୋବର୍ଦ୍ଧନପୁର ଅଞ୍ଚଳର ବାସନ୍ତୀ ସାହୁ , ନୟାପଲ୍ଲୀ ଅଞ୍ଚଳର ପ୍ରେମକାନ୍ତ ମହାନ୍ତି ଏବଂ ବାଲିପାଟଣା ଅଠାନ୍ତର ଅଞ୍ଚଳର ପ୍ରଭାତୀ ଦାସ। ସୂଚନା ଅନୁସାରେ ଶରଧାବାଲିରେ ୩ ରଥ ଲାଗିବା ପରେ ଠାକୁରଙ୍କୁ ଦର୍ଶନ କରିବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲେ । ରାତି ସମୟରେ ଭିଡ଼ ବଢ଼ି ଚାଲିଥିଲା । ତେବେ ରାତି ପ୍ରାୟ ୧୨ଟା ୧୫ ବେଳକୁ ଠାକୁରଙ୍କ ପହୁଡ଼ ପଡ଼ିଯାଇଥିଲା, ଯାହା ପୂର୍ବ ବର୍ଷଗୁଡ଼ିକ ତୁଳନାରେ ଶୀଘ୍ର ହୋଇଥିଲା । ତେବେ ଆଜି ଭୋର ୪ ସମୟରେଦର୍ଶନ ପାଇଁ ଆସିଥିବା ହଜାର ହଜାର ଶ୍ରଦ୍ଧାଳୁଙ୍କ ଜନସମାଗମ ଯୋଗୁଁ ଦଳାଚକଟା ହୋଇଛି । ରଥ ସମ୍ମୁଖରେ ଅଘଟଣ ଘଟିଥିବା ସୂଚନା ମିଳିଛି । ଯେଉଁ ସ୍ଥାନରେ ଦଳାଚକଟା ହୋଇଛି ସେଠାରେ ପ୍ରଶାସନ ତରଫରୁ ପୂର୍ବରୁ କୌଣସି ସୁରକ୍ଷା କିମ୍ବା ପୋଲିସ ବାହନୀ ସେଠାରେ ଉପସ୍ଥିତ ନଥିଲେ । ଯେଉଁ କାରଣରୁ ହଜାର ହଜାର ଭକ୍ତଙ୍କ ସମାଗମ ହୋଇ ଠେଲାପେଲା-ଦଳାଚକଟା ହୋଇଥିଲା ।