ରାଜ୍ୟ କ୍ୟାବିନେଟ ବୈଠକ ଶେଷ

କେଜିରୁ ପିଜି ମାଗଣା ଶିକ୍ଷା: ମୁଖ୍ୟମନ୍ତ୍ରୀ

ରାଜ୍ୟ କ୍ୟାବିନେଟ ବୈଠକ ଶେଷ । ୧୨ଟି ପ୍ରସ୍ତାବରେ ବାଜିଲା ମୋହର । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକରେ ପ୍ରସ୍ତାବ ଅନୁମୋଦିତ । ସ୍କୁଲ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା ବିଭାଗର ପ୍ରସ୍ତାବରେ ମୋହର। ନାମଲେଖା ପାଇଁ ଛାତ୍ରଛାତ୍ରୀଙ୍କୁ କୌଣସି ଦେୟ ପଡ଼ିବ ନାହିଁ କହିଲେ ମୁଖ୍ୟମନ୍ତ୍ରୀ । ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ ବଞ୍ଚିତ ନ ହୁଅନ୍ତୁ କହିଲେ ମୁଖ୍ୟମନ୍ତ୍ରୀ । କେଜିରୁ ପିଜି ମାଗଣା ଶିକ୍ଷାକୁ ସରକାରଙ୍କ ଗୁରୁତ୍ବ । ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ସ୍କୁଲ୍ରେ ନାମଲେଖା ମାଗଣା । ସ୍ନାତକୋତ୍ତର ଶିକ୍ଷା ପର୍ଯ୍ୟନ୍ତ ନାମଲେଖା ଦେୟ ପଡ଼ିବନି । ବର୍ଷକୁ ସରକାରଙ୍କୁ ଏଥିପାଇଁ ୮୯୫ କୋଟି ବହନ କରିବାକୁ ପଡ଼ିବ କହିଲେ ମୁଖ୍ୟମନ୍ତ୍ରୀ । ଆସନ୍ତା ୫ ବର୍ଷରେ ୫ ହଜାର ୪୬୭ କୋଟି ବ୍ୟୟ ହେବ ବୋଲି କହିଲେ ମୁଖ୍ୟମନ୍ତ୍ରୀ । ଜୟଦେବ ବିହାର ନନ୍ଦନକାନନ ରୋଡ ୮ଲେନ୍ ହେବ । ଏହି ରାସ୍ତା କାମ ୨ ବର୍ଷରେ ଶେଷ ହେବା ପାଇଁ ଲକ୍ଷ୍ୟ ରହିଛି ।

Leave a Reply

Your email address will not be published. Required fields are marked *