ରାଜ୍ୟ ଜଳସମ୍ପଦ ବିଭାଗର ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତି
ରାଜ୍ୟ ଜଳସମ୍ପଦ ବିଭାଗର ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତି । ସମ୍ଭାବ୍ୟ ବାତ୍ୟା ଜନିତ ବର୍ଷାକୁ ଦୃଷ୍ଟିରେ ରଖି ଜଳସମ୍ପଦ ବିଭାଗ ପକ୍ଷରୁ ପ୍ରସ୍ତୁତି ନେଇ ସମୀକ୍ଷା କରାଯାଇଛି । ଜଳସମ୍ପଦ ବିଭାଗର ପ୍ରସ୍ତୁତି ନେଇ ଏକ ସମୀକ୍ଷା ବୈଠକ ହୋଇଛି । ବିଭିନ୍ନ ଅବବାହିକାରେ ଥିବା ଜଳଭଣ୍ଡାର ସ୍ଥିତିକୁ ଅନୁଧ୍ୟାନ କରାଯାଉଛି । ସ୍ଥିତି ଦେଖି ସମସ୍ତ ଅଧିକାରୀ ଓ ଯନ୍ତ୍ରୀଙ୍କୁ ସତର୍କ ରହି କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।ଅନ୍ୟପଟେ ସମ୍ଭାବ୍ୟ ବାତ୍ୟା ଲାଗି ସମୁଦ୍ର ଅଶାନ୍ତକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ଆସନ୍ତାକାଲିଠାରୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଏନେଇ ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକର ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳରେ ମତ୍ସ୍ୟଜୀବୀମାନଙ୍କୁ ସଚେତନ କରାଯାଇଛି । ପରବର୍ତ୍ତୀ ନିର୍ଦେଶ ଆସିବା ପର୍ଯ୍ୟନ୍ତ ସେମାନଙ୍କୁ ମାଛ ମାରିବାକୁ ନଯିବାକୁ ସାଗର ମିତ୍ରମାନେ ସଚେତନ କରିଛନ୍ତି । ଯେଉଁ ମାନେ ମାଛ ମାରିବାକୁ ସମୁଦ୍ର ମଧ୍ୟକୁ ଯାଇଛନ୍ତି ସେମାନେ ଯଥାଶୀଘ୍ର ଫେରି ଆସିବା ସହିତ ନିଜ ନିଜ ଜାଲ, ଡ଼ଙ୍ଗା ଆଦିକୁ ସୁରକ୍ଷିତ ସ୍ଥାନରେ ରଖିବା ପାଇଁ କୁହାଯାଉଛି ।
