ଆସନ୍ତା ୨୧ରୁ ରାଜ୍ୟବ୍ୟାପୀ ‘ସୁଭଦ୍ରା ଶକ୍ତି ସମାବେଶ’

୨୧ରୁ ‘ସୁଭଦ୍ରା ଶକ୍ତି ସମାବେଶ’

୨୧ ଜୁନ୍‌ରୁ ୩୦ ଜୁନ୍‌ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଆୟୋଜିତ ହେବ ‘ସୁଭଦ୍ରା ଶକ୍ତି ସମାବେଶ’। ଏହି କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ରାଜ୍ୟର ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ଏକ ସମୀକ୍ଷା ବୈଠକ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସମସ୍ତ ଜିଲ୍ଲାର କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କ ସହ ଭର୍ଚୁଆଲ୍ ମାଧ୍ୟମରେ ବୈଠକ କରିଛନ୍ତି । ଆସନ୍ତା ୨୧ ଜୁନ୍‌ରୁ ୩୦ ଜୁନ୍‌ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଗ୍ରାମ ପଞ୍ଚାୟତରେ ‘ସୁଭଦ୍ରା ଶକ୍ତି ସମାବେଶ’ ଆୟୋଜନ କରାଯିବ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ମହିଳା ସଶକ୍ତିକରଣ ଓ ଜୀବିକା ସୁଯୋଗ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବା ।ଏହାସହ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ବିଭିନ୍ନ ସରକାରୀ ଯୋଜନା, ଆର୍ଥିକ ଅନ୍ତର୍ଭୁକ୍ତିକରଣ, ଦକ୍ଷତା ବିକାଶ, ବଜାର ସଂଯୋଗ ଏବଂ ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଓ ‘ମହାଲକ୍ଷପତି ଦିଦି’ ସୃଷ୍ଟି ଦିଗରେ ସଚେତନ କରାଯିବ। ଏହି ଅବସରରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ସମସ୍ତ ଜିଲ୍ଲାରେ କାର୍ଯ୍ୟକ୍ରମକୁ ସୁଚାରୁ ଓ ସଫଳ ଆୟୋଜନ ନିଶ୍ଚିତ କରିବା ପାଇଁ ଆବଶ୍ୟକୀୟ ପ୍ରସ୍ତୁତି ସମ୍ପନ୍ନ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

Leave a Reply

Your email address will not be published. Required fields are marked *