କଟକ ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ କଡ଼ା ଆକ୍ସନ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୪ ଜଣ ଅଧିକାରୀ ନିଲମ୍ୱିତ

କଟକ ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ କଡ଼ା ଆକ୍ସନ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୪ ଜଣ ଅଧିକାରୀ ନିଲମ୍ୱିତ। ଗତ ୧୬ ତାରିଖ ଭୟାବହ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀ ମୋନ ଚରଣ ମାଝୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । କାର୍ଯ୍ୟରେ ଅବହେଳା ଯୋଗୁଁ ୪ ଜଣ ଅଧିକାରୀଙ୍କୁ ନିଲମ୍ୱିତ କରାଯାଇଛି । କଟକ ସର୍କଲର ଡେପୁଟି ଫାୟାର ଅଫିସର ପ୍ରକାଶ କୁମାର ଜେନା ନିଲମ୍ବିତ। କଟକ ସର୍କଲର ଆସିଷ୍ଟାଣ୍ଟ ଫାୟାର ଅଫିସର ସଞ୍ଜୀବ କୁମାର ବେହେରା ନିଲମ୍ବିତ।ସେହିପରି ଏସ୍.ସି.ବି ମେଡିକାଲ ଓ ହସ୍ ପିଟାଲର ଷ୍ଟେସନ ଅଫିସର ଅଭିନବ ପୃଷ୍ଟିଙ୍କୁ ନିଲମ୍ବିତ କରାଯାଇଛି । କଟକ ଜି.ଇ.ଡି ଅନ୍ତର୍ଗତ ଏସ୍.ସି.ବି ସବ୍ -ଡିଭିଜନର ଆସିଷ୍ଟାଣ୍ଟ ଏଗଜେକ୍ୟୁଟିଭ ଇଞ୍ଜିନିଅର ରଞ୍ଜନ କୁମାର ବିଶ୍ୱାଳ ନିଲମ୍ବିତ ହୋଇଛନ୍ତି । ଏସ୍.ସି.ବି ଅଗ୍ନିକାଣ୍ଡ ଘଟଣାର ଅନୁଧ୍ୟାନ କରିବା ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଫ୍ୟାକ୍ଟ ଫାଇଣ୍ଡିଙ୍ଗ୍ ଟିମ୍ ଗଠନ କରିଥିଲେ ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *