ଶ୍ରୀମନ୍ଦିରରେ ସେବାୟତଙ୍କ ମୃତ୍ୟୁ
ଶ୍ରୀମନ୍ଦିରରେ ଟଳିପଡ଼ିଲେ ସୁଆର ବଡୁ ସେବାୟତ। ମହାପ୍ରଭୁଙ୍କ ସେବା କରିବା ସମୟରେ ଜଣେ ସୁଆରବଡୁ ସେବକଙ୍କ ମୃତ୍ୟୁ ଘଟିଛି। ମୃତ ସେବାୟତ ଜଣଙ୍କ ହେଉଛନ୍ତି ଜଗନ୍ନାଥ ସୁନାଥାଳି। ଶ୍ରୀମନ୍ଦିରରେ ଦ୍ୱିପ୍ରହର ଧୂପ ପାଇଁ ସିଂହାସନରେ ପାଣି ପକାଉଥିବା ସମୟରେ ଜଗନ୍ନାଥ ଛାତିରେ ଗଭୀର ଯନ୍ତ୍ରଣା ଅନୁଭବ କରି ଟଳି ପଡ଼ିଥିଲେ। ସେଠାରୁ ତାଙ୍କୁ ଉଦ୍ଧାର କରି ସଙ୍ଗେସଙ୍ଗେ ଚିକିତ୍ସା ନିମନ୍ତେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ଚିକିତ୍ସା କରି ମୃତ ଘୋଷଣା କରିଥିଲେ।
