୪ ଲକ୍ଷ ୫୭ ହଜାର ୬୮୧ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା

ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା

ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା । ସମୁଦାୟ ୪ ଲକ୍ଷ ୫୭ ହଜାର ୬୮୧ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା । ୧ ଲକ୍ଷ ୭୮ ହଜାର ୩୯୮ ଜଣ ନୂଆ ହିତାଧିକାରୀଙ୍କୁ ସାମିଲ କରାଯାଇଥିବାରୁ ସେମାନେ ପାଇବେ ପ୍ରଥମ କିସ୍ତି । ସେହିଭଳି ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ୫୫ ହଜାର ୨୬୫ ଜଣଙ୍କୁ ସାମିଲ କରାଯାଇଛି । ସେମାନେ ଏକାଥରକେ ପାଇବେ ଦୁଇଟି କିସ୍ତି। ସେହିପରି ଅଭିଯୋଗ ଶୁଣାଣିରେ୨୪ ହଜାର୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଛି। ଏଥିପାଇଁ ୨୫୦ କୋଟି ଟଙ୍କାର ସହାୟତା ରାଶି ଖାତାକୁ ଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ।

Leave a Reply

Your email address will not be published. Required fields are marked *