ମହିଳା ମାନଙ୍କ ପାଇଁ ଖୁସି ଖବର

୩ ଦିନରେ ଦୁଇ ଦୁଇ ଥର ମିଳିବ ସୁଭଦ୍ରା ଟଙ୍କା

ମହିଳା ମାନଙ୍କ ପାଇଁ ଖୁସି ଖବର। କାଲି ମିଳିବ ସୁଭଦ୍ରା ଟଙ୍କା। ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ। ତେବେ ଖୁସିର କଥା ହେଉଛି ଏହାର ଦିନକ ପରେ ପୁଣି ମିଳିବ ଦ୍ବିତୀୟ କିସ୍ତି। ଅର୍ଥାତ ଏକାସାଙ୍ଗେ ଆକାଉଣ୍ଟକୁ ଆସିବ ୧୦ ହଜାର ଟଙ୍କା । ଚଳିତ ମାର୍ଚ୍ଚ ୬ ତାରିଖରେ ୧ମ କିସ୍ତି ଏବଂ ମାର୍ଚ୍ଚ ୮ ତାରିଖ (ଅନ୍ତର୍ଜାତୀୟ ମହିଳା ଦିବସ) ରେ ୨ୟ କିସ୍ତି ପ୍ରଦାନ କରାଯିବ। ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା ୧ କୋଟି ପାର୍‌ ହୋଇଥିବା ବେଳେ ମାର୍ଚ୍ଚ ୮ ତାରିଖରେ ଏକାବେଳେ ସମସ୍ତଙ୍କ ଖାତାକୁ ଯିବ ସୁଭଦ୍ରା ଯୋଜନା ଟଙ୍କା । ଏହା ଦ୍ୱାରା ୧ କୋଟିରୁ ଅଧିକ ହିତାଧିକାରୀ ଉପକୃତ ହେବେ । ଏହାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ‘ଆମର ସୌଭାଗ୍ୟ। ଆମେ କୋଟିଏ କହିଥିଲୁ। ଏବେ ଗାଁର ସୁଭଦ୍ରାମାନେ ଆମକୁ ପ୍ରସ୍ତୁତ କରିଦେଲେ। ଆମେ ପୂର୍ବରୁ ୯୮ ଲକ୍ଷ ଦେଇଥିଲୁ। ତେଣୁ ଆସନ୍ତା ୬ ତାରିଖରେ ଯାହା ବାକି ଅଛି, ସେ ଟଙ୍କା ଦେବୁ। ଏବେ ସୁଭଦ୍ରା ମ୍ୟାଜିକ ନମ୍ବର କୋଟିଏରୁ ଉଦ୍ଧର୍‌ବ ଛୁଇଁଛି। ଏଣିକି ସୁଭଦ୍ରା ଯୋଜନା ହେବ ଡୋର ଟୁ ଡୋର ସର୍ଭେ । ବଞ୍ଚିତ ହିତାଧିକାରୀ ଖୋଜିବାକୁ ସରକରା ପ୍ରୟାସ କରିବେ। ମାର୍ଚ୍ଚ ୩୧ ଯାଏଁ ଆବେଦନ ବନ୍ଦ କରି ସର୍ଭେ ହେବ। ଏଯାଏଁ ସୁଭଦ୍ରାରେ ୧କୋଟି ୮ଲକ୍ଷ ମହିଳାଙ୍କ ଆବେଦନ କରିଛନ୍ତି’।