ମିଳିଲା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା
ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ରାଜ୍ୟର ୧୮ ଲକ୍ଷରୁ ଅଧିକ ଯୋଗ୍ୟା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା । ଯାଜପୁରରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇ ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତେବେ ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ସାରା ରାଜ୍ୟରେ ‘ସୁଭଦ୍ରା’ ହିତାଧିକାରୀଙ୍କ ସଂଖ୍ୟା ୯୮ ଲକ୍ଷ ଟପିବ ବୋଲି ଆଶା କରାଯାଉଛି । ସୂଚନାଯୋଗ୍ୟ, ପୂର୍ବରୁ ୩.୩୮ ଲକ୍ଷ ହିତାଧିକାରୀଙ୍କ NPCI କ୍ଲିୟରାନ୍ସ ସମସ୍ୟା ଥିଲା । ସେମାନଙ୍କ ମଧ୍ୟରୁ ୬୮ ହଜାର ମହିଳାଙ୍କର ସମସ୍ୟା ସମାଧାନ ହୋଇଛି । ବାକି ଯେଉଁମାନଙ୍କର ସମସ୍ୟା ରହିଛି, ସେମାନଙ୍କୁ ବ୍ୟାଙ୍କ ଯିବାକୁ ପଡ଼ିବ । ଏହାସହ ଯେଉଁମାନେ NPCIରେ ରହିଯିବେ ସେମାନଙ୍କୁ ମାର୍ଚ୍ଚ ୮ ତାରିଖ ସୁଦ୍ଧା ଯୋଡ଼ାଯିବ ବୋଲି ସୂଚନା ଦେଇଥିଲେ ଉପମୁଖ୍ଯମନ୍ତ୍ରୀ ପ୍ରଭାତୀ ପରିଡ଼ା । ମାର୍ଚ୍ଚ ୮ରେ ଯେଉଁମାନେ ଯୋଡି ହେବେ ସେମାନେ ଉଭୟ ପ୍ରଥମ କିସ୍ତି ଓ ଦ୍ବିତୀୟ କିସ୍ତିର ଟଙ୍କା ପାଇବେ ବୋଲି କହିଥିଲେ ଉପମୁଖ୍ଯମନ୍ତ୍ରୀ ।
