ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ
ଆସନ୍ତାବର୍ଷ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମାର୍ଚ୍ଚ ୮ ମହିଳା ଦିବସରେ ଦ୍ବିତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ । ବର୍ତ୍ତମାନ ସୁଦ୍ଧା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟରେ ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଯାଇଛି । ୩ଟି ପର୍ଯ୍ୟାୟରେ ମୋଟ୍ ୮୦ ଲକ୍ଷ ୩୫ ହଜାର ମହିଳାଙ୍କୁ ସୁଭଦ୍ରା ସହାୟତା ରାଶି ମିଳିସାରିଲାଣି । ଡିସେମ୍ବରରେ ଚତୁର୍ଥ ପର୍ଯ୍ୟାୟରେ ଆଉ ୨୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦେଇ କୋଟିଏ ହିତାଧିକାରୀଙ୍କୁ ସାମିଲ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି । ସେପଟେ ହିତାଧିକାରୀଙ୍କୁ ବ୍ୟାଙ୍କରେ ଅଯଥା ଭିଡ଼ ନଜମାଇବାକୁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ । ଅନ୍ୟପଟେ ମାଲକାନଗିରିର ବଣ୍ଡାଘାଟିରେ ମହିଳା ପାଖକୁ ବିଭାଗୀୟ ଅଧିକାରୀ ଯାଇ ଫିଜିକାଲ ଭେରିଫିକେସନ୍ କରିବାକୁ ଉପମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।