ସୁଭଦ୍ରା ଯୋଜନା ନେଇ ଉପ-ମୁଖ୍ୟମନ୍ତ୍ରୀଙ୍କ ବଡ ବୟାନ

୧୦୦ ଦିନ ଭିତରେ ସୁଭଦ୍ରା ଯୋଜନା ଲଞ୍ଚ ହେବ

ସୁଭଦ୍ରା ଯୋଜନା ନେଇ ଉପ-ମୁଖ୍ୟମନ୍ତ୍ରୀଙ୍କ ବଡ ବୟାନ । ରାଜ୍ୟର ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ କଲ୍ୟାଣ ବିଭାଗର ମନ୍ତ୍ରୀ ପ୍ରଭାତୀ ପରିଡା ରାଜ୍ୟରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା ନେଇ ବଡ ବୟାନ ରଖିଛନ୍ତି । ସେ କହିଛନ୍ତି, କ୍ୟାବିନେଟ୍ ମୋହର ବାଜିବା ପରେ ସୁଭଦ୍ରା ଯୋଜନା ଡ୍ରାଫ୍ଟିଂ ଷ୍ଟେଜରେ ଅଛି । ଆସନ୍ତା ୧୦୦ ଦିନ ଭିତରେ ସୁଭଦ୍ରା ଯୋଜନା ଲଞ୍ଚ ହେବ । ତେବେ ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ସମସ୍ତ ମହିଳାଙ୍କୁ ମିଳିବ ଏହି ଯୋଜନାର ଲାଭ । ରାଜ୍ୟର ସବୁ ମହିଳାଙ୍କୁ ସୁଭଦ୍ରା ସ୍କିମର ଟଙ୍କା ମିଳିବ ବୋଲି ସେ ସୂଚନା ଦେଇଛନ୍ତି । ସେ କହିଛନ୍ତି, ମହିଳା ଓ ଶିଶୁ ବିଭାଗ ସମ୍ପୂର୍ଣ୍ଣ ଭାବେ ଏହି ସ୍କିମକୁ ମହିଳାମାନଙ୍କ ପାଖରେ ପହଞ୍ଚାଇବା ପାଇଁ ପ୍ରସ୍ତୁତ ରହିଛି । ଆଉ ସ୍କିମ ପାଇଁ ଯେଉଁ ବଜେଟର ଆବଶ୍ୟକତା ରହିଛି, ସେ ନେଇ କେନ୍ଦ୍ର ସରକାରଙ୍କୁ ଅବଗତ କରାଯାଇଛି ବୋଲି ପ୍ରଭାତୀ ପରିଡା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।