ପ୍ରମିଳାଙ୍କ ସ୍ଥାନରେ ସୁଦାମ ମାାର୍ଣ୍ଡିଙ୍କୁ ଅତିରିକ୍ତ ଦାୟିତ୍ବ
ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ । ସେ ଇସ୍ତଫା ଦେବା ପରେ ସେହି ବିଭାଗର ଅତିରିକ୍ତ ଦାୟିତ୍ବ ମିଳିଛି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ । ପୂର୍ବରୁ ସେ ସେହି ବିଭାଗର ଦାୟିତ୍ବରେ ଥିଲେ । ମାତ୍ର ପରେ ତାଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପଦରୁ ହଟାଯାଇଥିଲା । ଏହାପରେ ସେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ବ ଗ୍ରହଣ କରିଥିଲେ । ମୟୂରଭଞ୍ଜ ଜିଲ୍ଲା ରାଜନୀତିରେ ସୁଦାମ ମାର୍ଣ୍ଡିଙ୍କ ଦବ୍ଦବା ବେଶ ଭଲ ରହିଛି । ଜେଏମ୍ଏମ୍ରୁ ଦୁଇ ଥର ବିଧାନସଭା ଓ ଥରେ ଲୋକସଭାକୁ ନିର୍ବାଚିତ ହେବାପରେ ବିଜେଡିରେ ଯୋଗ ଦେଇ ୨୦୧୪ ଓ ୨୦୧୯ରେ ଦୁଇ ଥର ବିଜେଡି ପ୍ରାର୍ଥୀ ଭାବେ ବାଙ୍ଗିରୀପୋଷିରୁ ନିର୍ବାଚିତ ହୋଇ ଆସୁଛନ୍ତି । ୨୦୧୪ରୁ ୨୦୧୭ ପର୍ଯ୍ୟନ୍ତ ସେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ରାଷ୍ଟ୍ର ମନ୍ତ୍ରୀ ଥିଲେ । ୨୦୧୯ରେ କ୍ୟାବିନେଟ୍ ମନ୍ତ୍ରୀ ହୋଇ ରାଜସ୍ବ ବିଭାଗ ପାଇଥିଲେ । ଗତ ବର୍ଷ ମନ୍ତ୍ରିମଣ୍ଡଳ ଅଦଳବଦଳ ବେଳେ ସେ ବାଦ୍ ପଡ଼ିଥିଲେ । କିନ୍ତୁ ବର୍ଷକ ପରେ ପୁଣି ଥରେ ଦଳର ସୁପ୍ରିମୋ ତାଙ୍କ ଉପରେ ଆସ୍ଥା ସ୍ଥାପନ କରି ମନ୍ତ୍ରିମଣ୍ଡଳକୁ ଫେରାଇ ଆଣିଥିଲେ ।