ଜଷ୍ଟିସ ଯଶୱନ୍ତ ବର୍ମାଙ୍କୁ ବଡ଼ ଝଟକା

ଯଶୱନ୍ତ ବର୍ମାଙ୍କ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ସୁପ୍ରିମକୋର୍ଟରୁ ଜଷ୍ଟିସ ଯଶୱନ୍ତ ବର୍ମାଙ୍କୁ ବଡ଼ ଝଟକା । ଆବେଦନ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଯାଞ୍ଚ ପ୍ରକ୍ରିୟାର ବୈଧତାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ଜଷ୍ଟିସ ଯଶୱନ୍ତ ବର୍ମା ।ଜଷ୍ଟିସ ଯଶୱନ୍ତ ବର୍ମାଙ୍କ ଆବେଦନକୁ ଖାରଜ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଯାଞ୍ଚ ବେଳେ ସବୁ ପ୍ରକ୍ରିୟାର ପାଳନ ହୋଇଥିବା ସୁପ୍ରିମକୋର୍ଟ କହିଛନ୍ତି । ପୂର୍ବରୁ ଜଷ୍ଟିସ ବର୍ମାଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିବାକୁ ଉଦ୍ୟମ ହୋଇଥିଲା । ତେବେ ଅଦାଲତରେ ମାମଲା ଚାଲୁଥିବାରୁ ମହାଭିଯୋଗ ପ୍ରସ୍ତାବ ଗ୍ରହଣ କରାଯାଇନଥିଲା । ଗତ ମାର୍ଚ୍ଚ ୧୪ ତାରିଖରେ ତତ୍କାଳୀନ ଦିଲ୍ଲୀ ହାଇକୋର୍ଟ ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମାଙ୍କ ବାସଭବନ ଆଉଟ ହାଉସରେ ଅଗ୍ନିକାଣ୍ଡ ହୋଇଥିଲା । ନିଆଁ ଲିଭାଇବାକୁ ପହଞ୍ଚିଥିବା ଅଗ୍ନିଶମ କର୍ମଚାରୀ ବିପୁଳ ପରିମାଣର ନଗଦ ଟଙ୍କା ପୋଡି ଯାଇଥିବା ଦେଖିଥିଲେ । ବିଚାରପତିଙ୍କ ବାସଭବନରେ ଏତେ ଟଙ୍କା କୁଆଡୁ ଆସିଲା ତାକୁ ନେଇ ସାରା ଦେଶରେ ତୁମ୍ବିତୋଫାନ ହୋଇଥିଲା ।

One thought on “ଜଷ୍ଟିସ ଯଶୱନ୍ତ ବର୍ମାଙ୍କୁ ବଡ଼ ଝଟକା

Comments are closed.