ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ

ପାର୍ସଲ ବୋମା ବିସ୍ଫୋରଣ ଘଟଣା, ୪ ସପ୍ତାହରେ ଶୁଣାଣି ଶେଷ ପାଇଁ ନିର୍ଦ୍ଦେଶ

ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା । ଏହି ମାମଲାରେ ହସ୍ତକ୍ଷେପ କରିଛନ୍ତି ସୁପ୍ରିକୋର୍ଟ । ୪ ସପ୍ତାହ ମଧ୍ୟରେ ସମସ୍ତ ସାକ୍ଷ୍ୟ ଗ୍ରହଣ କରି ଶୁଣାଣି ସାରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ବିଚାରପତି ହୃଷିକେଶ ରାଏ ଓ ଏସ୍‌ବିଏନ୍‌ ଭଟିଙ୍କୁ ନେଇ ଗଠିତ ଦୁଇଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିବା ସରକାରୀ ଓକିଲ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏହି ମାମଲାରେ ଆଉ ୨ ଜଣ ସାକ୍ଷୀଙ୍କର ବୟାନ ରେକର୍ଡ ହୋଇ ନ ଥିବା ସରକାରୀ ଓକିଲ ଦର୍ଶାଇଛନ୍ତି । ଏହା ପୂର୍ବରୁ ହାଇକୋର୍ଟ ମଧ୍ୟ ନିର୍ଦ୍ଦିଷ୍ଟ ସମୟରେ ଶୁଣାଣି ଶେଷ ପାଇଁ କହିଥିଲେ । ଆଉ ୨ ଜଣଙ୍କ ସାକ୍ଷ୍ୟ ଗ୍ରହଣ ୪ ସପ୍ତାହରେ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ । ସୂଚନା ମୁତାବକ, ୨୦୧୮ ଫେବ୍ରୁଆରୀ ୨୩ରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା । ପାଟଣାଗଡ଼ ଜବାହରଲାଲ କଲେଜର ତତ୍କାଳୀନ ଅଧ୍ୟାପକ ରବୀନ୍ଦ୍ର ସାହୁ ଏବଂ ଭଇଁଷା କଲେଜର ତତ୍କାଳୀନ ଅଧ୍ୟକ୍ଷା ସଞ୍ଜୁକ୍ତା ସାହୁଙ୍କ ଏକମାତ୍ର ପୁଅ ସୌମ୍ୟଶେଖର ସାହୁଙ୍କ ବିବାହରେ ଉପହାର ଭାବେ ଆସିଥିବା ଏକ ପାର୍ସଲକୁ ଖୋଲିବା ବେଳେ ବିସ୍ଫୋରଣ ହୋଇଥିଲା ।