ରାଜଧାନୀରେ ପ୍ରାଥମିକ ଶିକ୍ଷକଙ୍କ ଗର୍ଜନ
ରାଜଧାନୀରେ ପ୍ରାଥମିକ ଶିକ୍ଷକଙ୍କ ଗର୍ଜନ। ପ୍ରାଥମିକ ଶିକ୍ଷକ ମହାସଂଘର ବଡ଼ ବିକ୍ଷୋଭ । ୨ ଦଫା ଦାବି ନେଇ ଆନ୍ଦୋଳନ କରୁଛନ୍ତି ଶିକ୍ଷକ ସଂଘ । ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ହଜାର ହଜାର ଶିକ୍ଷକ ଏବଂ ଶିକ୍ଷୟିତ୍ରୀଙ୍କ ଆନ୍ଦୋଳନ ।ପ୍ରାଥମିକ ଶିକ୍ଷକମାନଙ୍କୁ ମୂଳ ପଦବୀ ଅନୁଯାୟୀ ମୂଳ ବେତନ ଦେବାକୁ ଦାବୀ କରିଛି ମହାସଂଘ। ମୂଳ ପଦବୀକୁ ଅପଗ୍ରେଡ କରି ଲେବୁଲ-୯ ଅନୁଯାୟୀ ମୂଳ ବେତନ ୩୫ହଜାର ୪୦୦ ଟଙ୍କା ପ୍ରଦାନ କରିବାକୁ ଦାବି କରାଯାଇଛି । ଏହାସହ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରୁ ଠିକା ପ୍ରଥା ଉଛେଦ କରିବାକୁ ଦାବୀ କରୁଛନ୍ତି ଶିକ୍ଷକ ଏବଂ ଶିକ୍ଷୟିତ୍ରୀ ।
