୮ ପର୍ଯ୍ୟନ୍ତ କାଳବୈଶାଖୀ ନେଇ ସତର୍କତା

ଆସନ୍ତା ୨ ଦିନରେ କମିପାରେ ତାପମାତ୍ରା

ରାଜ୍ୟରେ ବଢୁଛି ତାତି । ଅପରାହ୍ଣରେ କାଳବୈଶାଖୀ । ଆଜିଠାରୁ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।ସେପଟେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଅନେକ ଅଞ୍ଚଳକୁ ବଜ୍ରପାତ ସହ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି । ପବନ ବେଗରୁ ଘଣ୍ଟା ପ୍ରତି ୩୦ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ । ଗତ ୨୪ ଘଣ୍ଟାରେ ଝାରସୁଗୁଡ଼ାରେ ସର୍ବାଧିକ ୪୦.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓ ଆଭ୍ୟନ୍ତରିଣ ଓଡ଼ିଶାରେ ହାଲୁକା ବର୍ଷା ହେବାର ପୂର୍ବାନୁମାନ କରାଯାଇଛିି । କାଳବୈଶାଖୀର ପ୍ରଭାବରେ ଆସନ୍ତା ୨ ଦିନରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ ଦିନ ତାପମାତ୍ରା ।

Leave a Reply

Your email address will not be published. Required fields are marked *