ବଦଳିବ ପ୍ରଥମରୁ ଦ୍ୱାଦଶ ପାଠ୍ୟ ପୁସ୍ତକ

ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ

ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା କରୁଛନ୍ତି। ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି।ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ କହିଛନ୍ତି ଯେ, ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଦ୍ୟାଳୟର ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବର୍ତ୍ତମାନର ପାଠ୍ୟକ୍ରମରେ ସମ୍ପୂର୍ଣ୍ଣ ପରିବର୍ତ୍ତନ କରାଯିବ। ପାଠ୍ୟପୁସ୍ତକ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ପ୍ରକ୍ରିୟା ପର୍ଯ୍ୟାୟକ୍ରମେ ଜାରି ରହିଛି ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।

Leave a Reply

Your email address will not be published. Required fields are marked *