ଗୋଡାଇ କାମୁଡୁଛି ଭାଲୁ , ଜଣେ ବନକର୍ମଚାରୀ ମୃତ!

ବାଘ ପରେ ଏବେ ଭାଲୁ ଆତଙ୍କ । ନୂଆପଡା କୋମନାରେ ମାତିଛି ଭାଲୁ । ଖାଲି ମାତିନି ବରଂ ନେଇଛି ଜୀବନ। ଭାଲୁ ଆକ୍ରମଣରେ ଜଣେ ବନକର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏପରି ଘଟଣା ଘଟିଛି ନୂଆପଡା ଜିଲ୍ଲା କୋମନା ରେଞ୍ଜରେ। ମୃତକ ଜଣଙ୍କ ଫରେଷ୍ଟ ୱାଚର ସନ୍ତୋଷ କୁମାର ଦୁଣ୍ଡି ହୋଇଥିବା ବେଳେ ପାଟ୍ରୋଲିଙ୍ଗ ସମୟରେ ଭାଲୁ ଆକ୍ରମଣର ଶିକାର ହୋଇଥିଲେ ।

ଗତକାଲି ଅପରାହ୍ନରେ ୪ ବନ କର୍ମଚାରୀ ପାଟ୍ରୋଲିଂରେ ଯାଇଥିଲେ। ଏହି ସମୟରେ ହଠାତ ଭାଲୁ ହାବୁଡରେ ପଡି ଯାଇଥିଲେ । ଆଉ ଭାଲୁଟି ସେମାନଙ୍କୁ ଆକ୍ରମଣ କରିଥିଲା। ପ୍ରଥମେ ଫରେଷ୍ଟର ଗୋପାଳ ମହାନନ୍ଦ ଓ ୱାଚର ସନ୍ତୋଷ କୁମାର ଡୁଣ୍ଡିଙ୍କୁ ଭାଲୁଟି ଜଙ୍ଗଲ ଭିତରକୁ ଟାଣି ନେଇଥିଲା। ସେମାନଙ୍କୁ ଉଦ୍ଧାର କରିବାକୁ ଯାଇ ଫରେଷ୍ଟ ଗାର୍ଡ଼ ଶଶଧର ସାଣୀ ଓ ସାଗର ଠେଲା ଗୁରୁତର ଆହତ ହୋଇଥିଲେ।

ପରେ ଗାଁ ଲୋକଙ୍କ ସହାୟତାରେ ବନ ଓ ଅଗ୍ନିଶମ କର୍ମଚାରୀମାନେ ପ୍ରଥମେ ଗୁରୁତ ଅବସ୍ଥାରେ ଶଶଧର ଓ ସାଗରଙ୍କୁ ଉଦ୍ଧାର କରିଥିଲେ। ପରେ ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ସମସ୍ତଙ୍କୁ ନୂଆପଡ଼ା ମେଡ଼ିକାଲ୍‌ରେ ଭର୍ତ୍ତି କରିଥିଲେ। ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ସନ୍ତୋଷଙ୍କର ମୃତ୍ୟୁ ଘଟିଛି। ଏହି ଘଟଣା ପରେ ପୁଣି ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଥିବା ଦେଖିବାକୁ ମିଳିଛି ।