କିଟ୍‌ ଘଟଣାରେ ନେପାଳ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

କିଟ୍‌ ଘଟଣାରେ ନେପାଳ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

କିଟ୍‌ ଘଟଣାରେ ନେପାଳ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ। ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ପ୍ରତିଶ୍ରୁତି ଦେଲେ। ରାଜ୍ୟ ସରକାର ଘଟଣା ଉପରେ ତୀକ୍ଷ୍ଣ ନଜର ରଖିଥିବା ଜଣାଇଲେ। ଏଥିସହ ନେପାଳ ଦୂତାବାସର ଦୁଇ ଅଧିକାରୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ । ଆଲୋଚନାରେ ମୁଖ୍ୟ ସଚିବ ଓ ମୁଖ୍ୟମନ୍ତ୍ରୀଙ୍କ ACS ଭାଗ ନେଲେ। ସେପଟେ କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ସରକାରୀ ଜମି ଓ ଜଙ୍ଗଲ ଜମି ଜବରଦଖଲ ପ୍ରସଙ୍ଗରେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା। ଯେଉଁଠି ଯେଉଁଠି ଜବରଦଖଲ ଅଛି, ଜବରଦଖଲମୁକ୍ତ କରିବାକୁ ରାଜସ୍ବ ବିଭାଗ ଓ ଏଇ ବିଭାଗ ପକ୍ଷରୁ ସ୍ପେଶାଲ ଡ୍ରାଇଭ୍ ପାଇଁ ଯୋଜନା ହେଉଛି । ବହୁତ ଶୀଘ୍ର ଏନେଇ ସଂପୃକ୍ତ ବିଭାଗ ପଦକ୍ଷେପ ନେବେ। ଯେଉଁ ଜଙ୍ଗଲ ଜମି ଅବରୋଧ ହୋଇଛି, ତାହା ବ୍ୟବସାୟିକ ଉଦ୍ଦେଶ୍ୟରେ ହେଉ ବା ବେଆଇନ୍ ଭାବେ ଜବରଦଖଲ ହେଉ, ସେ ବାବଦରେ କାର୍ୟ୍ୟାନୁଷ୍ଠାନ ହେବ ବୋଲି କିଛି ଦିନ ପୂର୍ବରୁ ରାଜସ୍ୱ ମନ୍ତ୍ରୀ ବିଧାନସଭାରେ କହିଥିଲେ ଓ ଏବେ ସେନେଇ ସରକାର ପ୍ରକ୍ରିୟା ଆରମ୍ଭ କରିସାରିଥିବା ମନ୍ତ୍ରୀ କହିଛନ୍ତି।