ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ମକର ପାଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦୁଝର ଗସ୍ତରେ ଯାଇ ପାଟଣା ନିକଟ ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ସିଏମ୍। ସାଙ୍ଗରେ ଅଛନ୍ତି ମୁଖ୍ୟମନ୍ତ୍ରୀଙ୍କ ସାଙ୍ଗ। ବୁଡ଼ ପକାଇବା ପରେ ଦ୍ୱାଦଶ ଜ୍ୟୋତିର୍ଲିଙ୍ଗଙ୍କୁ ଦର୍ଶନ କରିବା ସହ ଜଳଲାଗି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଦେଖିବା ପାଇଁ ପ୍ରବଳ ଜନ ସମାଗମ।ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ବୁଡ ପକାଇବା ବେଳେ ନଦୀ କୂଳରେ ଜଗି ରହିଥିଲେ ସ୍କୁବା ଡାଇଭର ଓ ଅଗ୍ନିଶମ ବାହିନୀ କର୍ମଚାରୀ। ଦିଲ୍ଲୀ ଗସ୍ତ ସାରି ୩ ଦିନିଆ କେନ୍ଦୁଝର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ। ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଏବଂ ସମୃଦ୍ଧି ଭରିଦେଉ ବୋଲି ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
