୨୫ଲକ୍ଷ ପୁରସ୍କାର ଘୋଷଣା କଲେ ଓଡ଼ିଶା ସରକାର
ସଫଳତା ପରେ କିଶୋରଙ୍କ ପାଇଁ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ବିଶ୍ୱ ଆଥ୍ଲେଟିକ୍ସ ଚାମ୍ପିୟନଶିପରେ ଜବରଦସ୍ତ ଖେଳିଥିବା ଓଡ଼ିଆ ଜାଭଲିନ ଥ୍ରୋୟର କିଶୋର ଜେନାଙ୍କ ପାଇଁ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୁରସ୍କାର ବାବଦ ୨୫ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି। ପ୍ରଥମ ଓଡ଼ିଆ ଜାଭଲିନ ଖେଳାଳି ଭାବେ କିଶୋର ବିଶ୍ବ ଦୌଡ଼କୁଦ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ । ଗୋଲଡେନ ବୟ ନୀରଜ ଚୋପ୍ରା ଏବଂ ଡିପି ମନୁଙ୍କ ସହ କିଶୋର ଫାଇନାଲକୁ ପ୍ରବେଶ କରିଥିଲେ ।
ଫାଇନାଲରେ ନିଜର ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ କରି ୮୪.୭୭ ମିଟର ଥ୍ରୋ କରିଥିଲେ ମଧ୍ୟ କିଶୋର ମେଡାଲ ତାଲିକାରୁ ବାଦ ପଡ଼ି ୫ମ ସ୍ଥାନରେ ରହିଥିଲେ ।ରାଜ୍ୟର ପ୍ରଥମ ବ୍ୟକ୍ତି ଭାବେ ବିଶ୍ୱ ଆଥ୍ଲେଟିକ୍ସ ଚାମ୍ପିୟନଶିପରେ ଭାଗ ନେଇଥିଲେ କିଶୋର ଜେନା। ସେ ଫାଇନାଲ ରାଉଣ୍ଡକୁ ଉନ୍ନୀତ ହୋଇଥିବା ବେଳେ ତାଙ୍କ ପ୍ରଦର୍ଶନ ବେଶ୍ ଭଲ ଥିଲା। ସେ ୮୪.୭୭ ମିଟର ଜାଭଲିନ ପିଙ୍ଗି ପଞ୍ଚମ ସ୍ଥାନରେ ରହିଥିଲେ। ଏହା କିଶୋର ଜେନାଙ୍କର ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ। ଯେଉଁଠି ପାଇଁ ତାଙ୍କ ମନବଳ ବଡାଇବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ପୁରସ୍କାର ।