ରାଜ୍ୟର ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ

ରାଜ୍ୟର ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ

ଲଗାଣ ବର୍ଷା ପରେ ରାଜ୍ୟର ବନ୍ୟା ଓ ବର୍ଷା ସ୍ଥିତିକୁ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ପ୍ରେସମିଟ୍ କରି ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ଥିବା କହିଛନ୍ତି। ସରକାର ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଥିବା ସହ ଆବଶ୍ୟକ ସ୍ଥାନରେ ଉଦ୍ଧାର ଓ ରିଲିଫ୍ ବ୍ୟବସ୍ଥା ଜୋରଦାର କରାଯାଇଛି ବୋଲି ସେ ସୂଚନା ଦେଇଛନ୍ତି।

ମନ୍ତ୍ରୀଙ୍କ କହିବା ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ହାରାହାରି ୪୭.୨ ମିଲିମିଟର ବର୍ଷା ରେକର୍ଡ ହୋଇଛି, ଯାହା ସ୍ୱାଭାବିକଠାରୁ ଅଧିକ। ଏହି ସମୟରେ ରାଜ୍ୟର ୮ଟି ବ୍ଲକରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ହୋଇଛି।ହୀରାକୁଦ ଡ୍ୟାମର ବର୍ତ୍ତମାନ ମାତ୍ର ଦୁଇଟି ଗେଟ୍ ଖୋଲା ରହିଥିବାବେଳେ ନରାଜଠାରେ ପ୍ରାୟ ୭ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ ବୋଲି ଆକଳନ କରାଯାଇଛି। ତେବେ ଏଥିରେ ଆତଙ୍କିତ ହେବାର କୌଣସି କାରଣ ନାହିଁ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି।

ସେ କହିଛନ୍ତି, ଜଳକା ନଦୀକୁ ଛାଡ଼ିଦେଲେ ମହାନଦୀ, ବୈତରଣୀ ଓ ସାଳନ୍ଦୀ ନଦୀର ଜଳସ୍ତର ବିପଦ ସଙ୍କେତ ତଳେ ରହିଛି। ତଥାପି ପରିସ୍ଥିତି ଉପରେ ସରକାର ନିରନ୍ତର ନଜର ରଖିଛନ୍ତି।

Leave a Reply

Your email address will not be published. Required fields are marked *