ହଳଦିଆପଦର ବ୍ରିଜ ତିଆରି ବେଳରୁ ଭୁଲ ଅଛି ଡିଜାଇନ

ହଳଦିଆପଦର ବ୍ରିଜ ତିଆରି ବେଳରୁ ଭୁଲ ଅଛି ଡିଜାଇନ : ମନ୍ତ୍ରୀ ବିଭୂତି ଭୂଷଣ ଜେନା

ହଳିଦିଆପଦର ବ୍ରିଜ ଡିଜାଇନ ହେବ । ହଳଦିଆପଦର ଦୁର୍ଘଟଣା ପ୍ରସଙ୍ଗରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ପ୍ରତିକ୍ରିୟା । ସେ କହିଛନ୍ତି, ଏ ଘଟଣା ଏବେର ନୁହେଁ । ଯେଉଁଦିନରୁ ବ୍ରିଜ ତିଆରି ହୋଇଛି, ସେବେଠାରୁ ଡିଜାଇନ ଭୁଲ ଅଛି । ଏହା ଭିତରେ ବହୁତ୍ ଜୀବନ ଅକାରଣରେ ଗଲାଣି । ନିଜର ସ୍ବାର୍ଥ ସାଧନ ପାଇଁ ଯେଉଁ ଭଳି କାମ କରାଯାଇଥିଲା । ସମସ୍ତେ ନିନ୍ଦା ମଧ୍ୟ କରୁଛନ୍ତି । ଆଉ ଆଜି ଯେଉଁମାନେ କହୁଛନ୍ତି, ସେମାନେ ଆଗରୁ କହୁନଥିଲେ ।ବ୍ରିଜ ପ୍ରସଙ୍ଗରେ ଆଗରୁ ବହୁତ ଥର ସ୍ୱର ଉତ୍ତୋଳନ କରାଯାଇଛି ବୋଲି ପରିବହନ ମନ୍ତ୍ରୀ କହିଛନ୍ତି । କିନ୍ତୁ ଏ ପର୍ଯ୍ୟନ୍ତ ଭୁଲ ହୋଇଥିବା ଡିଜାଇନ୍ ପରିବର୍ତ୍ତନ କରାଯାଇ ନଥିଲା । ହଳଦିଆପଦର ଦୁର୍ଘଟଣା ଏବେ ସମସ୍ତଙ୍କ ଆଖି ଖୋଲିଦେଇଛି । ଆଗକୁ ଡିଜାଇନ ଭଲ ଭାବେ କରାଯିବ । ଜାନୁଆରୀ ୩୧ଦୁର୍ଘଟଣାରେ ୫ ଜଣଙ୍କ ଜୀବନ ଯାଇଥିଲା । ଏହାକୁ ନେଇ ସୁପ୍ରିମକୋର୍ଟ ରୋଡ଼ ସେଫ୍ଟି କମିଟି ରିପୋର୍ଟ ମାଗିଥିଲେ । ଯାହାକୁ ନେଇ ମୁଖ୍ୟ ଶାସନ ସଚିବ ମଧ୍ୟ ଲେଖିଛନ୍ତି । ଏହା ଉପରେ ବିଭାଗୀୟ ଟିମ୍ ସ୍ପଟ୍ ଉପରକୁ ଯାଇ ତଦନ୍ତ କରିଛି । ଯେଉଁ ଗାଡ଼ି ଦୁର୍ଘଟଣା କରିଥିଲା, ତାର ରେଜିଷ୍ଟ୍ରେସନ ବାତିଲ କରାଯାଇଛି । ଡ୍ରାଇଭରକୁ ମଧ୍ୟ ବିଏନଏସ ୧୦୫ରେ ତୁରନ୍ତ ଗିରଫ କରାଯାଇଛି।

Leave a Reply

Your email address will not be published. Required fields are marked *