୧୦ ଡିଗ୍ରୀ ତଳେ ୮ଟି ସହରର ତାପମାତ୍ରା
ଖସୁଛି ପାରଦ ବଢୁଛି ଶୀତର ପ୍ରକୋପ, ଥରୁଛି ସାରା ଓଡିଶା। ରାଜ୍ୟରେ ୪୮ ଘଣ୍ଟା ଯାଏ ଅର୍ଥାତ ୧୬ ତାରିଖ ଯାଏଁ ଶୀତ ଲହରୀ ଜାରି ରହିବ । ଆଗାମୀ ୨ ଦିନ ଯାଏ ଶୀତରେ ଥରିବ ଆଭ୍ୟନ୍ତରୀଣରୁ ଉପକୂଳ ଓଡିଶା । ଆସନ୍ତା ୨୪ ଘଣ୍ଟାରେ ଝାରସୁଗୁଡା ଓ ସୁନ୍ଦରଗଡକୁ କୋଲଡ ୱେବ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହାସହ ଆସନ୍ତା ୨୪ ଘଂଟାରେ କଲାହାଣ୍ଡି ଓ କନ୍ଧମାଳରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ପଡ଼ିବାର ସମ୍ଭାବନା ରହିଛି। ସେପଟେ ଆଗାମୀ ୩ ଦିନ ପାଇଁ ସର୍ବନିମ୍ନ ତାପମାତ୍ରାରେ ପରିବର୍ତନ ହେବାର ନାହିଁ । ପରେ ୨ ରୁ ୫ ଡିଗ୍ରୀ ତାପମାତ୍ରା ବୃଦ୍ଧି ହେବାର ଅଛି। ଅନ୍ୟପଟେ ଆଗାମୀ ୩ ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। କିନ୍ତୁ ୧୭ ଠାରୁ ପୁଣି ରାଜ୍ୟରେ ବର୍ଷା ର ସମ୍ଭାବନା ଦେଇଛି ପାଣିପାଗ ବିଭାଗ ।