ବ୍ୟାପୁଛି କରୋନା, ଆକ୍ରାନ୍ତଙ୍କ ସଂଖ୍ୟା ୩୩୯୫ ପାର୍
ଦେଶରେ କରୋନା ମାମଲାରେ ଦିନକୁ ଦିନ ବଢିବାରେ ଲାଗିଛି । ୩ ହଜାର ଟପିଲା କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଶନିବାର ସୁଦ୍ଧା ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୩୯୫ ରହିଛି । ଗତ ୨୪ ଘଣ୍ଟାରେ ୬୮୫ଟି ନୂଆ ମାମଲା ଚିହ୍ନଟ ହୋଇଛି । ଏଯାଏଁ ସର୍ବାଧିକ ମାମଲା କେରଳରୁ ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟାରେ ୪ ଜଣଙ୍କ ଜୀବନ ଯାଇଥିବା ସୂଚନା ମିଳିଛି ।
କେରଳରେ ସର୍ବାଧିକ ୧୩୩୬ କୋଭିଡ୍ ମାମଲା ରିପୋର୍ଟ ହୋଇଛି । ମହାରାଷ୍ଟ୍ରରେ ୪୬୭, ଦିଲ୍ଲୀରେ ୩୭୫, କର୍ଣ୍ଣାଟକରେ ୨୩୪, ତାମିଲପାଡୁରେ ୧୮୫, ପଶ୍ଚିମବଙ୍ଗରେ ୨୦୫, ଉତ୍ତର ପ୍ରଦେଶରେ ୧୧୭ ମାମଲା ରହିଛି । ଗତ ଦୁଇ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦେଶରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ପାର୍ ହୋଇଛି । ୨୪ ଘଣ୍ଟା ଭିତରେ କରୋନା ଯୋଗୁଁ ୪ ଜଣଙ୍କର ଜୀବନ ଯାଇଛି । ଦିଲ୍ଲୀ, କେରଳ, କର୍ଣ୍ଣାଟକ ଏବଂ ଉତ୍ତର ପ୍ରଦେଶରେ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି ।
