କ୍ୟାବିନେଟରେ ୧୦ଟି ପ୍ରସ୍ତାବ ଉପରେ ମୋହର
ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିଲା ଏହି ବୈଠକ । ବିଭିନ୍ନ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ୧୦ଟି ପ୍ରସ୍ତାବକୁ କ୍ୟାବିନେଟ ମଂଜୁରୀ ମଧ୍ୟ ମିଳିଛି । କ୍ୟାବିନେଟ ନିଷ୍ପତ୍ତି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୂଚନା ଦେଇଛନ୍ତି।
5T ନାଁରେ ରୂପାନ୍ତରୀକରଣ କରି ସ୍ମାର୍ଟ ସ୍କୁଲ ଯୋଜନା ଠିକ୍ ନ ଥିଲା । ଡିପିଆର ପ୍ରସ୍ତୁତ ହୋଇ ନ ଥିଲା କି ଏଷ୍ଟିମେଟ୍ ହୋଇ ନ ଥିଲା । ତେଣୁ ପ୍ରତି ପଞ୍ଚାୟତରେ ଏକ ଆଦର୍ଶ ବିଦ୍ୟାଳୟ ପାଇଁ ନିଷ୍ପତ୍ତି ନିଆଯାଇଛି। ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ନାଁ ରହିବ । ଏବର୍ଷ ୧୧୪ଟି ପଞ୍ଚାୟତରେ ପ୍ରଥମ ପର୍ଯ୍ୟାୟରେ ଆରମ୍ଭ ହେବ । ପରବର୍ତ୍ତୀ ୪ ବର୍ଷରେ ଅନ୍ୟ ପଞ୍ଚାୟତମାନଙ୍କରେ ହେବ । ଏଥିପାଇଁ ୧୨ ହଜାର କୋଟି ଟଙ୍କା ରାଜ୍ୟ ସରକାର ବ୍ୟୟ କରିବେ । ମୋଟ ୬୭୯୪ଟି ପଞ୍ଚାୟତରେ ଏପରି ଫିଡର ସ୍କୁଲ୍ ଚିହ୍ନଟ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ୨୦୨୮ ସୁଦ୍ଧା ଏହି କାର୍ଯ୍ୟ ଶେଷ ହେବ।
ଷୋଡ଼ଶ ଅର୍ଥ କମିଶନଙ୍କ ପ୍ରସ୍ତାବ କାର୍ଯ୍ୟକାରୀ ମଧ୍ୟ ହେବ। ଷୋଡ଼ଶ ଅର୍ଥ କମିଶନଙ୍କ ପାଖରେ ୧୨,୫୬,୧୪୮ କୋଟି ଦାବି କରାଯିବ ନେଇ ମୁଖ୍ୟମନ୍ତ୍ର ସୂଚନା ଦେଇଛନ୍ତି । ଏହି ଅର୍ଥ ୨୦୨୬ରୁ ୨୦୩୧ ମଧ୍ୟରେ ଖର୍ଚ୍ଚ କରାଯିବ । ଏନେଇ ଆଜି କ୍ୟାବିନେଟ୍ ରେ ପ୍ରସ୍ତାବ ପାରିତ ହୋଇଛି ।
ସେମି କଣ୍ଡକଟର ନିର୍ମାଣ ପାଇଁ ଆର ଆଇ ଆର ପାୱାର କମିଶନ ଲିମିଟେଡ଼ କୁ ଅଧିକ ସ୍ୱତନ୍ତ୍ର ଆର୍ଥିକ ପ୍ରୋତ୍ସାହନ ଦେବେ ରାଜ୍ୟ ସରକାର। ପୂର୍ବରୁ ୩୦ ପ୍ରତିଶତ ଆର୍ଥିକ ସହାୟତା ଦିଆଯାଉ ଥିବା ବର୍ତ୍ତମାନ ଆଉ ୨୦ ପ୍ରତିଶତ ଯୋଗାଇ ଦିଆଯିବ । ଏଥିପାଇଁ ରାଜ୍ୟ ସରକାର ୧୧୦ କୋଟି ଟଙ୍କା ବ୍ୟୟ କରିବେ ।
ଶୀତଳ ଭଣ୍ଡାର ପାଇଁ ଆର୍ଥିକ ବ୍ୟବସ୍ଥା ପାଇଁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛନ୍ତି । ପୁଞ୍ଜି ବିନିଯୋଗ ସବସିଡି ଜରିଆରେ ୬୦ ପ୍ରତିଶତ ସବସିଡ଼ି ଯୋଗାଇ ଦେବେ ସରକାର । ସହ ୬ କୋଟି ୫୦ ଲକ୍ଷ ଟଙ୍କା ର ଆର୍ଥିକ ସହାୟତା ଉପରେ ସବସିଡି ଦେବେ ସରକାର । ୪ ଟି ସ୍ଲାବ ରେ ସହାୟତା ଯୋଗାଇ ଦେବେ ରାଜ୍ୟ ସରକାର । ବିଦ୍ୟୁତ ସବସିଡି ବି ଯୋଗାଇ ଦେବେ ସରକାର । ଅଣ କାର୍ଯ୍ୟକ୍ଷମ ଶୀତଳ ଭଣ୍ଡାର କୁ ପୁନଃ କାର୍ଯ୍ୟକ୍ଷମ କରିବା ପାଇଁ ତଦନ୍ତ କରି ଚୟନ କରାଯିବ । ସେହି କ୍ଷେତ୍ରରେ ମଧ୍ୟ ଆର୍ଥିକ ସହାୟତା ରାଜ୍ୟ ସରକାର ଯୋଗାଇ ଦେବେ । ଦେଢ଼ କୋଟି ଟଙ୍କା ର ଆର୍ଥିକ ସହାୟତା ବି ରାଜ୍ୟ ସରକାର ଯୋଗାଇ ଦେବେ ।
କ୍ୟାବିନେଟ୍ରେ ବିକଶିତ ଗାଁ, ବିକଶିତ ଓଡ଼ିଶାକୁ ମଞ୍ଜୁରୀ ମିଳିଛି। ଗାଁର ବିକାଶ ହେଲେ ଦେଶର ବିକାଶ ହୋଇପାରିବ କହିଲେ ମୁଖ୍ୟମନ୍ତ୍ରୀ। ଏଥିପାଇଁ ପ୍ରଥମ ବର୍ଷ ବଜେଟ୍ରେ ୧ ହଜାର କୋଟି ଟଙ୍କା ଥିଲା । ପରବର୍ତ୍ତୀ ବର୍ଷମାନଙ୍କରେ ଆବଶ୍ୟକତା ଦେଖି ବ୍ୟୟ ବରାଦ ବଢ଼ିବ । ‘ଆମ ଓଡ଼ିଶା ନବୀନ ଓଡ଼ିଶା’ପୂରା ଫେଲ୍ ମାରିଥିଲା । ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଠିକାଦାରୀ ସନ୍ତୁଷ୍ଟୀକରଣ ପାଇଁ ଥିଲା ବୋଲି କହିଛନ୍ତି ମଖ୍ୟମନ୍ତ୍ରୀ।
ଓଡ଼ିଶା ଡାକ୍ତରୀ ସ୍ବାସ୍ଥ୍ୟ ସେବା-୨୦୧୭ ଆଇନ ସଂଶୋଧନକୁ ମଞ୍ଜୁରୀ ମଧ୍ୟ ମିଳିଛି। ପୂର୍ବରୁ ଥିବା ଲେବଲ-୭କୁ ୬କୁ ହ୍ରାସ ପାଇଁ ନିଷ୍ପତ୍ତି ହୋଇଛି । ଏହାଦ୍ବାରା ଡାକ୍ତର ନିଯୁକ୍ତି ପ୍ରକ୍ରିୟା ସହଜ ହୋଇପାରିବ। ଅଧିକ ମେଡିକାଲ୍ କଲେଜ କରି ଅଧିକ ଡାକ୍ତର ସୃଷ୍ଟି କରିବୁ । ତ୍ବରିତ ଭାବେ ୫ ହଜାର ଡାକ୍ତର ପଦ ପୂରଣ କରିବୁ । ୧୨୪ ଡେଣ୍ଟାଲ ଡାକ୍ତରଙ୍କୁ ମଧ୍ୟ ନିଯୁକ୍ତି ପାଇଁ ନିଷ୍ପତ୍ତି ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
ଶକ୍ତି ବିଭାଗର ଗୋଟିଏ ପ୍ରସ୍ତାବ କୁ ମଧ୍ୟ ରାଜ୍ୟ କ୍ୟାବିନେଟ ମୋହର ମାରିଛି । ସେହିପରି ଆଇନ ବିଭାଗର ଗୋଟିଏ ସଂଶୋଧନ କୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି । ଏହିପରି ଭାବେ ୧୦ ଟି ପ୍ରସ୍ତାବ କୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି ।
