ଆଜି ଆସିବ ରାଜ୍ୟ ବଜେଟ

ବିଧାନସଭାରେ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଆଜି ଆସିବ ରାଜ୍ୟ ବଜେଟ, ସଂଧ୍ୟାରେ ବିଧାନସଭାରେ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥର ପରିମାଣ ୩ ଲକ୍ଷ କୋଟି ଛୁଇଁବା ସମ୍ଭାବନା । ଅର୍ଥନୈତିକ ସର୍ଭେ ରିପୋର୍ଟରେ ଦୃତ ଅଭିବୃଦ୍ଧି ନେଇ ଆକଳନ ପରେ, ଏଥର ରାଜ୍ୟ ବଜେଟର ପରିମାଣ ବଢ଼ିବ ବୋଲି  ଅନୁମାନ କରାଯାଉଛି । ଏମିତି କି ମୋହନ ସରକାର ଅନେକ ନୂଆ ଯୋଜନା ଆଣିବାକୁ ଯାଉଥିବା ଚର୍ଚ୍ଚା ହେଉଛି । ଶେଷ କରି ଶିକ୍ଷା, ସ୍ବାସ୍ଥ୍ୟ, କୃଷି କ୍ଷେତ୍ରକୁ ବଜେଟରେ ଗୁରୁତ୍ବ ଦେଇପାରନ୍ତି ସରକାର ।ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ମଧ୍ୟାହ୍ନ ଭୋଜନ ପାଇଁ ସ୍ବତନ୍ତ୍ର ଅନୁଦାନ ସହ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ସ୍ବତନ୍ତ୍ର ବ୍ୟୟବରାଦ ହୋଇପାରେ। ସେହିପରି ସୁଭଦ୍ରା ଯୋଜନାରେ ୧ କୋଟି ମହିଳାଙ୍କ ପାଇଁ ଅଧିକ ଅନୁଦାନ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନୁଦାନ ବୃଦ୍ଧି ହୋଇପାରେ।