ଆତଙ୍କୀତ ନହେବାକୁ ପରାମର୍ଶ

ଏଚଏମପିଭି ସଂକ୍ରମଣ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି

ଏଚଏମପିଭି ସଂକ୍ରମଣ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । ସ୍ୱାସ୍ଥ୍ୟ ବିଭାଗର କମିଶନରଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଅଶ୍ୱତୀ ଏସଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏବଂ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏହାକୁ ନେଇ ସଂପୂର୍ଣ୍ଣ ସଜାଗ ରହିଛନ୍ତି। ତେଣୁ ଭୂତାଣୁକୁ ନେଇ ଆତଙ୍କୀତ ନହେବାକୁ ପରାମର୍ଶ ଦିଆଯାଇଛି। ଏ ପର୍ଯ୍ୟନ୍ତ ଓଡ଼ିଶାରେ ଏଚଏମପିଭି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି। ଜନସଚେତନତା ଓ ସତର୍କତା ଦ୍ୱାରା ସଂକ୍ରମଣକୁ ସହଜରେ ପ୍ରତିହତ କରାଯାଇପାରିବ। ତେଣୁ ପରିଷ୍କାର ପରିଚ୍ଛନ୍ନତା ଉପରେ ବିଶେଷ ଧ୍ୟାନ ଦେବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟବାସୀଙ୍କୁ ଅନୁରୋଧ କରାଯାଇଛି।