ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି

ଆସନ୍ତାକାଲି ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆସନ୍ତାକାଲି ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥି, ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୨ ଟାରୁ ସନ୍ଧ୍ୟା ୭ ଟା ଯାଏଁ ମିନିଟ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ଏହି ଅବସରରେ ଶ୍ରୀଜୀଉଙ୍କ ମସ୍ତକରେ ଲାଗି ହୋଇଥାଏ ରତ୍ନଖଚିତ ସୁବର୍ଣ୍ଣ ଚିତା । ଗତ ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ମସ୍ତକରୁ ଏହି ଚିତାକୁ ସୁରକ୍ଷା ଦୃଷ୍ଟିରୁ ବାହାର କରିଦିଆଯାଇଥିଲା । ଦଇତାପତି ସେବକମାନେ ଭଣ୍ତାରମେକାପ ଓ ପାଟରା ବିଷୋୟୀ ସେବାୟତଙ୍କ ସହାୟତାରେ ଏହି ଚିତାକୁ ପୁଣି ଲାଗି କରିଥାନ୍ତି । ଶ୍ରୀମନ୍ଦିରରେ ପାଳିତ ଅନେକ ପର୍ବ ଓ ଉତ୍ସବ ପାଳନ ହେଉଥିବା ବେଳେ ଚିତାଲାଗି ଅମାବାସ୍ୟା ଅନ୍ୟତମ ।ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ରତ୍ନସିଂହାସନରୁ ଶ୍ରୀଦେବୀ ଓ ଭୂଦେବୀ ଖଟଶେଯ ଘରକୁ ବିଜେ କରିଥାନ୍ତି। ଏହାପରେ ଶ୍ରୀଜିଉମାନଙ୍କ ଝୋବା ମଇଲମ ହୋଇ ଜୟ ବିଜୟ ଦ୍ୱାର ବନ୍ଦ ହୋଇଥାଏ । ଏହି ଦିନ ସାଗର ବିଜେ କରିଥିବା ଅମାବାସ୍ୟା ଠାକୁର ଶ୍ରୀମନ୍ଦିରକୁ ବାହୁଡା ବିଜେ କରିବା ପରେ ପତି ମହାପାତ୍ର, ବାଡ଼ଗ୍ରାହୀ ଦଇତା ମାନେ ରତ୍ନସିଂହାସନାଧିଷ୍ଠିତ ଶ୍ରୀଜିଉଙ୍କର ଚିତାଲାଗି କାର୍ଯ୍ୟ କରିଥାନ୍ତି । ତିନୋଟି ସ୍ବର୍ଣ୍ଣ ଚିତା ଶ୍ରୀଜୀଉମାନଙ୍କ କପାଳର ଶୀର୍ଷ ଭାଗରେ ଓଷୁଅରେ ପାଟ ଡୋର ସାହାଯ୍ୟରେ ଏହାକୁ ଦୃଢ଼ ଭାବରେ ବନ୍ଧା ଯାଇଥାଏ ।

Leave a Reply

Your email address will not be published. Required fields are marked *